Posted inଜାତୀୟ

୨୧୦୦ ଅଣ ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳ ବିରୋଧରେ ପଦକ୍ଷେପ ନେବେ ନିର୍ବାଚନ କମିଶନ…

ନୂଆଦିଲ୍ଲୀ, ୨୬।୫ : ଦେଶରେ ୨୧୦୦ ଅଣ ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳ ବିରୋଧରେ ନିର୍ବାଚନ କମିଶନ ପଦକ୍ଷେପ ଗ୍ରହଣ କରିବେ। ଏସବୁ ଦଳଗୁଡ଼ିକ ଅଡ଼ିଟ ରିପୋର୍ଟ ଏବଂ ନିର୍ବାଚନ ଖର୍ଚ୍ଚ ରିପୋର୍ଟ, ଠିକଣା ସୂଚନା ପରିବର୍ତ୍ତନ ସମ୍ବିଧାନିକ ଆବଶ୍ୟକତାକୁ ପାଳନ କରିନାହାନ୍ତି। ଏହି ଦଳଗୁଡ଼ିକ କୌଣସି ରିପୋର୍ଟ ଦାଖଲ କରିନାହାଁନ୍ତି। ଏସବୁ ଦଳଗୁଡ଼ିକ ବିରୋଧରେ ଜନପ୍ରତିନିଧି ଅଧିନିୟମର ଧାରା ୨୯ ଅନ୍ତର୍ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଟାଇମ୍ସ ଅଫ ଇଣ୍ଡିଆ ସୂତ୍ରରୁ ପ୍ରକାଶ ଯେ, ୨୦୦୧ ରେ ଏହି ଦଳଗୁଡ଼ିକର ସଂଖ୍ୟା ୬୯୪ ଥିଲା, ଯାହା ୨୦୨୧ରେ ୨୧୦୦କୁ ବୃଦ୍ଧି ପାଇଥିଲା। ତେବେ ୨୦୧୯ ନିର୍ବାଚନରେ କେବଳ ୬୨୩ ଟି ଦଳ ଅଂଶଗ୍ରହଣ କରିଥିଲେ। ବର୍ତ୍ତମାନ ଏହି ଦଳଗୁଡିକୁ ପଞ୍ଜିକୃତ କରିବା ପାଇଁ ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା କରାଯାଇଛି।

ନିର୍ବାଚନ ଆୟୋଗ ଏହାର ନିର୍ଦ୍ଦେଶନାମା ଅନୁଯାୟୀ କହିଛନ୍ତି ଯେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ଗ୍ରହଣ କରିବାର କିଛି ଦିନ ମଧ୍ୟରେ ପ୍ରାୟ ୮୭ ଟି ପଞ୍ଜିକୃତ ଅଣ ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳ ବିଷୟରେ ସୂଚନା ମିଳିଛି। ଏହା ପରେ, ନାମ ଏବଂ ଠିକଣା ଅନୁସନ୍ଧାନରେ ଯାଞ୍ଚ ହୋଇପାରି ନାହିଁ। ବର୍ତ୍ତମାନ ସେସବୁ ଦଳକୁ ଅଣ ମାନ୍ୟତା ପ୍ରାପ୍ତ ପାର୍ଟିର ତାଲିକାରୁ ହଟାଇ ଦିଆଯିବ।

ତେବେ ତାଲିକାରେ ନାମ ଥିବା ଏଭଳି ଦଳ ଗୁଡ଼ିକ ୩୦ ଦିନ ମଧ୍ୟରେ ସମ୍ପୃକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ବ୍ୟାଙ୍କ କାରବାରର ପ୍ରାଧିକୃତ ଦସ୍ତଖତ କପି ସହିତ ବର୍ତ୍ତମାନର ବାର୍ଷିକ ଯୋଗଦାନ ରିପୋର୍ଟ, ଅଡିଟ ଆକାଉଣ୍ଟ ପ୍ରମାଣ ଦାଖଲ କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri