ଚିଲିକାରେ ଚାଲିବ ହାଉସ ବୋଟ୍‌ ‘ଗରୁଡ଼’

ବାଲୁଗଁା,୨୮ା୫(ଡି.ଏନ୍‌.ଏ.): ଚିଲିକାରେ ପର୍ଯ୍ୟଟକଙ୍କ ପାଇଁ ଜୁନ୍‌ ପହିଲାରୁ ଚାଲିବ ଅତ୍ୟାଧୁନିକ ପ୍ରଣାଳୀରେ ନିର୍ମିତ ହାଉସ୍‌ ବୋଟ୍‌ ‘ଗରୁଡ଼’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ପର୍ଯ୍ୟଟନ ବିଭାଗର ଅନୁମୋଦନ ପରେ ବିକାଶ ଇକୋ ରିସୋର୍ସ ପକ୍ଷରୁ ଏହି ବୋଟ୍‌ ନିର୍ମାଣ କରାଯାଇଛି। ଏଥିରେ ପର୍ଯ୍ୟଟକଙ୍କ ରହିବା ପାଇଁ ୬ଟି ରୁମ୍‌, ବାର୍‌ ଏବଂ ରେଷ୍ଟୁରାଣ୍ଟର ବ୍ୟବସ୍ଥା ରହିଛି। ପର୍ଯ୍ୟଟକଙ୍କ ଲାଗି ଏଥିରେ ଗମନାଗମନ ନିମନ୍ତେ ସହାୟକ ହେବ। ବଡ଼କୁଳ ପାନ୍ଥନିବାସ ଜେଟି ନିକଟରେ ଏହି ବୋଟ୍‌କୁ ବର୍ତ୍ତମାନ ରଖାଯାଇଛି। ପାଣିର ଗଭୀରତା ଦେଖି ଚିଲିକାରେ କାଳିଜାଈ, ନଳବଣ ଓ ସାତପଡ଼ା ଆଦି ଅଞ୍ଚଳକୁ ଗସ୍ତ କରିବ ବୋଲି ବିକାଶ ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ଗୌତମ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri