ଭାଜପା ପ୍ରାର୍ଥିନୀଙ୍କ ପ୍ରଚାରରେ ଭୋଜପୁରୀ ଅଭିନେତା

ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାରରେ ଭୋଜପୁରୀ ଅଭିନେତା ତଥା ଉତ୍ତରପ୍ରଦେଶ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦିନେଶ ଲାଲ୍‌ ଯାଦବ ଶୁକ୍ରବାର ଭାଜପା ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ପ୍ରଚାର କରିଥିଲେ। ଦଳ ତରଫରୁ ବ୍ରଜରାଜନଗର ମଣ୍ଡଳିଆ ଛକରେ ଅଭିନେତା ଯାଦବଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ଏକ ଖୋଲା ଭ୍ୟାନରେ ପ୍ରାର୍ଥିନୀ ପଣ୍ଡା, ଭାଜପା ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀଙ୍କ ସହ ଅଭିନେତା ଯାଦବ ରୋଡ୍‌ ଶୋ’ରେ ବାହାରିଥିଲେ। ଏହା ମଣ୍ଡଳିଆ ଛକରୁ ବାହାରି କାଳୀନଗର, ବୁଢିଯାମ ଓ ଲମଟିବାହାଲ ଦେଇ ବ୍ରଜରାଜନଗର ପୌରାଞ୍ଚଳର ବିଭିନ୍ନ ଓ୍ବାର୍ଡ ପରିକ୍ରମା କରିଥିଲା। ଏହି ସମୟରେ ଭୋଜପୁରୀ ଅଭିନେତାଙ୍କୁ ଦେଖିବା ପାଇଁ ବିଭିନ୍ନ ସ୍ଥାନରେ ଲୋକଙ୍କ ସମାଗମ ହୋଇଥିଲା। ରୋଡ୍‌ ଶୋ ସମୟରେ ଅଣଓଡିଆ ଭୋଟରଙ୍କୁ ଅଭିନେତା ଭୋଜପୁରୀ ଭାଷାରେ ଭାଷଣ ଦେବାବେଳେ ଲୋକେ ରାଧାରାଣୀ ପଣ୍ଡା ଜିନ୍ଦାବାଦ ବୋଲି ସ୍ଲୋଗାନ ଦେଇଥିଲେ। ଅଭିନେତା ଯାଦବ ତାଙ୍କ ବକ୍ତବ୍ୟରେ କହିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶ ବିକାଶ ପଥରେ ଆଗେଇଚାଲିଛି। ଓଡ଼ିଶାରେ ଭାଜପାକୁ ଅଧିକ ସୁଦୃଢ କରିବା ପାଇଁ ପଦ୍ମଫୁଲ ଚିହ୍ନରେ ଭୋଟ୍‌ଦେଇ ପ୍ରାର୍ଥିନୀ ପଣ୍ଡାଙ୍କୁ ବିଜୟୀ କରିବା ପାଇଁ ସେ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri