Posted inଜାତୀୟ

ବୀର ସାବରକରଙ୍କ ଲୁକ୍‌ରେ ନଜର ଆସିଲେ ରଣଦୀପ

ମୁମ୍ବାଇ: ସ୍ବାଧୀନତା ସଂଗ୍ରାମୀ ବିନାୟକ ଦାମୋଦର ସାବରକରଙ୍କ ୧୩୯ତମ ଜନ୍ମ ବାର୍ଷିକୀ ଅବସରରେ ଫିଲ୍ମର ନିର୍ମାତା ରଣଦୀପ ହୁଡ୍ଡାଙ୍କ ପ୍ରଥମ ଲୁକ୍‌ ଜାରି ହୋଇଛି। ଏଥିସହ ଏକ ପୋଷ୍ଟର ମଧ୍ୟ ଜାରି କରାଯାଇଛି। ଯେଉଁଥିରେ ‘ହିନ୍ଦୁ ଧର୍ମ ଧର୍ମ ନୁହେଁ, ଏହା ଏକ ଇତିହାସ’ ବୋଲି ଉଲ୍ଲେଖ ରହିଛି। ନିର୍ଦ୍ଦେଶକ ମହେଶ ମଞ୍ଜରେକରଙ୍କ ଆଗାମୀ ବାୟୋପିକରେ ଅଭିନେତା ରଣଦୀପ ହୁଡ୍ଡା ରାଜନେତା, କାର୍ଯ୍ୟକର୍ତ୍ତା ତଥା ଲେଖକ ବିନାୟକ ଦାମୋଦର ସାବରକା ଭୂମିକାରେ ନଜର ଆସିବେ। ସୂଚନା ଅନୁଯାୟୀ ଚଳିତ ବର୍ଷ ଅଗଷ୍ଟ ମାସରେ ଏହି ଫିଲ୍ମର ସୁଟିଂ ଆରମ୍ଭ ହୋଇପାରେ। ଅନ୍ୟପଟେ ପୋଷ୍ଟର ଜାରି କରି ନିର୍ଦ୍ଦେଶକ ମହେଶ ମଞ୍ଜରେକର କହିଛନ୍ତି, ରଣଦୀପ ହୁଡାଙ୍କୁ ସ୍ବାଧୀନତା ସଂଗ୍ରାମୀ ବୀର ସାବରକରଙ୍କ ରୂପରେ ପ୍ରସ୍ତୁତ କରାଯାଉଛି। ଏଥିସହ ବୀର ସାବରକରଙ୍କ ଜନ୍ମ ବାର୍ଷିକୀ ଅବସରରେ ସେ ସମସ୍ତଙ୍କୁ ହାର୍ଦ୍ଧିକ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ଅଭିନେତା ରଣଦୀପ ହୁଡ୍ଡା ମଧ୍ୟ ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ, ବିନାୟକ ଦାମୋଦର ସାବରକର ୧୮୮୩ ମେ’ ୨୮ରେ ମହାରାଷ୍ଟ୍ରର ନାଶିକ ଜିଲାର ଭାଗୁର ଗାଁରେ ଜନ୍ମଗ୍ରହଣ କରିଥିଲେ। ସେ ଜଣେ ହିନ୍ଦୁ ଜାତୀୟତାବାଦୀ ସଂଗଠନ ତଥା ଏକ ରାଜନୈତିକ ଦଳର ହିନ୍ଦୁ ମହାସଭାର ଅନ୍ୟତମ ପ୍ରମୁଖ ବ୍ୟକ୍ତିତ୍ୱ ଥିଲେ। ସେ ଜଣେ ରାଜନେତା, କାର୍ଯ୍ୟକର୍ତ୍ତା ଏବଂ ଲେଖକ ଥିଲେ। ୧୯୬୬ ଫେବୃଆରୀ ୨୬ରେ ବମ୍ବେରେ ତାଙ୍କର ନିଧନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri