Posted inଜାତୀୟ

ଯୁବବର୍ଗଙ୍କ ଭବିଷ୍ୟତ ନଷ୍ଟ କରୁଛନ୍ତି ସରକାର, ରେଲଓ୍ବେରେ ୯୧ ହଜାର ପଦବୀ ଉଚ୍ଛେଦ ନେଇ ବର୍ଷିଲେ ରାହୁଲ…

ନୂଆଦିଲ୍ଲୀ, ୨୮।୫ : ରେଲଓ୍ବେର ୯୧ ହଜାରରୁ ଅଧିକ ପଦବୀକୁ ଉଚ୍ଛେଦ କରାଯିବା ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ରାହୁଲ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ସରକାର ଯୁବବର୍ଗଙ୍କ ଭବିଷ୍ୟତ ସହିତ ଖେଳୁଛନ୍ତି। ଯୁବବର୍ଗଙ୍କ ଭବିଷ୍ୟତ ନଷ୍ଟ କରିବା ଦ୍ୱାରା ଭଲ ଫଳାଫଳ ମିଳିବ ନାହିଁ।

ରାହୁଲ ଗାନ୍ଧୀ ଶନିବାର ଏକ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି, ନରେନ୍ଦ୍ର ମୋଦି ସରକାର ନୂତନ ଚାକିରି ଦେବାରେ ସକ୍ଷମ ନୁହଁନ୍ତି କିନ୍ତୁ ଅବଶିଷ୍ଟ ଚାକିରି ଛଡ଼ାଇ ନେବାରେ ନିଶ୍ଚିତ ଭାବେ ସକ୍ଷମ। ଯୁବବର୍ଗମାନେ ଏହାର ଜବାବ ଦେବେ। ଯୁବବର୍ଗ ସରକାରଙ୍କ କ୍ଷମତା ଶକ୍ତିର ଗର୍ବକୁ ଭାଙ୍ଗିବେ। ସେମାନଙ୍କର ଭବିଷ୍ୟତକୁ ନଷ୍ଟ କରିବା ଯୋଗୁ ସରକାରଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିବ।

ଭାରତୀୟ ରେଲଓ୍ବେ ପକ୍ଷରୁ କୁହାଯାଇଛି ଯେ ଅଣ-ସୁରକ୍ଷା ବର୍ଗର ୯୧, ୬୨୯ ପଦବୀକୁ ରଦ୍ଦ କରିଦିଆଯାଇଛି। ସେମାନେ ଆଉ ନିଯୁକ୍ତି ପାଇବେ ନାହିଁ। ସରକାର ସେମାନଙ୍କୁ ଅନାବଶ୍ୟକ ବୋଲି କହିଛନ୍ତି। ଏହି ପରିପ୍ରେକ୍ଷୀରେ, ସମସ୍ତ ୧୭ ଟି ଜୋନାଲ ରେଳ ଅଣ-ସୁରକ୍ଷା ବର୍ଗର ୫୦ ପ୍ରତିଶତ ପଦବୀକୁ ରଦ୍ଦ କରିବାକୁ ରେଳବାଇ ବୋର୍ଡ ନିର୍ଦ୍ଦେଶ ଦେଇଛି। ଏଥିରେ ରେଳ ବାଣିଜ୍ୟ, ଇଞ୍ଜିନିୟରିଂ, ଆରପିଏଫ, ମେଡିକାଲ ବିଭାଗ, ପ୍ରଶାସନିକ ବିଭାଗ, ଆକାଉଣ୍ଟସ, ଷ୍ଟୋରସ, ବୋର୍ଡର ଅଧିକାରୀମାନେ ରହିଛନ୍ତି। ଏହା ବ୍ୟତୀତ କାରଖାନା, ଫ୍ୟାକ୍ଟ୍ରି, କର୍ମଶାଳା ଇତ୍ୟାଦିର ଶ୍ରମିକମାନଙ୍କର ଚାକିରି ଯିବାର ଆଶଙ୍କା ରହିଛି। ଏ ନେଇ ରାହୁଲ ଗାନ୍ଧୀ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri