ଥଣ୍ଡା ପାଣି ପିଉଥିଲେ…

ଖରାଦିନେ ଗରମରେ ବାହାରେ ବୁଲିଆସିଲେ ସଙ୍ଗେ ସଙ୍ଗେ ପାଣିଟିକେ କାହାକୁ ବା ଲୋଡ଼ା ନୁହେଁ! ଆଉ ତାହା ଯଦି ଫ୍ରିଜ୍‌ର ଥଣ୍ଡା ପାଣି ହୁଏ, ତେବେ ପିଇବାର ଆନନ୍ଦ ଅବର୍ଣ୍ଣନୀୟ। ହେଲେ ଆପଣ ଜାଣନ୍ତିକି ସବୁବେଳେ ଏଭଳି ଥଣ୍ଡା ପାଣି ପିଇବା ସ୍ବାସ୍ଥ୍ୟପକ୍ଷେ ହୋଇପାରେ ହାନିକାରକ…

ଥଣ୍ଡା ପାଣି ପିଇବା ଦ୍ୱାରା ଏହା ଶରୀରରେ ଥିବା ଶିରାଗୁଡ଼ିକୁ ସଂକୁଚିତ କରିଥାଏ, ଫଳରେ ରକ୍ତ ସଞ୍ଚାଳନ ବାଧାପ୍ରାପ୍ତ ହୋଇଥାଏ। ଏହାଦ୍ୱାରା ହଜମକ୍ରିୟା ମଧ୍ୟ ପ୍ରଭାବିତ ହୋଇଥାଏ। ଥଣ୍ଡା ପାଣି ପିଇବା ଦ୍ୱାରା ଡିହାଇଡ୍ରେଶନ୍‌ ସମସ୍ୟା ଦେଖାଦେବାର ଆଶଙ୍କା ବି ରହିଛି।
ଅଧିକ ଥଣ୍ଡା ବା ବରଫ ପକାଇ ପାଣି ପିଇବାକୁ ଅନେକେ ପସନ୍ଦ କରନ୍ତି। ହେଲେ ଏଥିପାଇଁ ଅନେକେ ଗଳା ଦରଜ, ଫୁଲିବା ଏବଂ ଥଣ୍ଡାରେ ନାକ ବନ୍ଦ ହେବା ଭଳି ସମସ୍ୟାର ସମ୍ମୁଖୀନ ମଧ୍ୟ ହୋଇଥା’ନ୍ତି। ବିଶେଷକରି ଖାଇବା ପରେ ଥଣ୍ଡା ପାଣି ପିଇଲେ ଶ୍ୱାସନଳୀରେ ମ୍ୟୁକସ୍‌ ଜମା ହୁଏ ଏବଂ କେବେକେବେ ଇନ୍‌ଫେକ୍ସନ ହୋଇ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ସୃଷ୍ଟି କରିଥାଏ।
କେବଳ ଏତିକି ନୁହେଁ, ଖାଇବା ପରେ ଥଣ୍ଡା ପାଣି ପିଇଲେ ଚର୍ବି ବା ଫ୍ୟାଟ୍‌ ଜାତୀୟ ଖାଦ୍ୟ କଠିନ ହୋଇଯିବା ଫଳରେ ହଜମ ହୋଇ ନ ପାରି ଶରୀରରେ ଜମା ହୋଇ ରୁହେ, ଯାହାକି ପରବର୍ତ୍ତୀ ସମୟରେ ମେଦବହୁଳତାର କାରଣ ସାଜିଥାଏ।
ଥଣ୍ଡା ପାଣି ପିଇବା ଦ୍ୱାରା ହୃତ୍‌ସ୍ପନ୍ଦନ ମଧ୍ୟ ଧୀର ହୋଇଥାଏ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି।
ବ୍ୟାୟାମ କରିବା ପରେ ଆଦୌ ଥଣ୍ଡା ପାଣି ପିଇବା ଠିକ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି...

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri