ସୁରେଶ ରାଇନାଙ୍କ ଭବିଷ୍ୟବାଣୀ

ଅହମ୍ମଦାବାଦ୍‌,୨୯।୫:ଆଇପିଏଲ ୨୦୨୨ର ଫାଇନାଲରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଲଢେଇ ହେବ। ଦୁଇ ଦଳ ମଧ୍ୟରେ ଏହି ଟାଇଟଲ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଗୁଜରାଟର ଦଳ ନିଜର ପ୍ରଥମ ସିଜିନରେ ଫାଇନାଲରେ ପ୍ରବେଶ କରିଛି। ସେପଟେ ରାଜସ୍ଥାନ ଦଳ ଦ୍ୱିତୀୟ ଥର ପାଇଁ ଆଇପିଏଲର ଫାଇନାଲରେ ପ୍ରବେଶ କରିଛି। ଏହାପୂର୍ବରୁ, ରାଜସ୍ଥାନ ରୟାଲ୍ସ ୨୦୦୮ରେ ଖେଳାଯାଇଥିବା ଆଇପିଏଲର ପ୍ରଥମ ସିଜନରେ ଟାଇଟଲ ଜିତିଥିଲା। ଦୁଇ ଦଳ ମଧ୍ୟରେ ଖେଳାଯିବାକୁ ଥିବା ଏହି ହାଇ ଭୋଲଟେଜ ମ୍ୟାଚରେ କେଉଁ ଦଳ ଟାଇଟଲ ବିଜୟୀ ହେବ ସେନେଇ ଚେନ୍ନାଇର ସୁପର କିଙ୍ଗ୍ସର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ସୁରେଶ ରାଇନା ଭବିଷ୍ୟବାଣୀ କରିଛନ୍ତି।
ସୁରେଶ ରାଇନା କହିଛନ୍ତି, ଗୁଜରାଟ ଟାଇଟାନ୍ସ ଫାଇନାଲ ମ୍ୟାଚରେ ପ୍ରାଧାନ୍ୟ ବିସ୍ତାର କରି ଏକ ଭଲ ସ୍ଥିତିରେ ରହିବ। କାରଣ ଟାଇଟାନ୍ସର ଦଳ ୪-୫ ଦିନ ପାଇଁ ବିଶ୍ରାମ ନେଇଛି। ଏହି ସିଜିନ୍‌ରେ ଗୁଜରାଟର କ୍ରମାଗତ ଭାବେ ଯେଉଁଭଳି ପ୍ରଦର୍ଶନ କରିଛନ୍ତି,ତାହା ଦେଖି ଲାଗୁଛି ଗୁଜରାଟ ଏଥର ଟାଇଟଲ୍‌ ବିଜୟୀ ହେବାର ସମ୍ଭାବନା ଅଧିକ। କିନ୍ତୁ ରାଜସ୍ଥାନକୁ ହାଲୁକା ଭାବେ ଗ୍ରହଣ କରାଯାଇପାରିବ ନାହିଁ। କାରଣ ରାଜସ୍ଥାନ ରୟାଲ୍ସର ଖେଳାଳିମାନେ ବହୁତ ଭଲ ପ୍ରଦର୍ଶନ କରୁଛନ୍ତି। ଯଦି ବଟଲର ଫାଇନାଲ୍‌ ବିସ୍ଫୋରକ ବ୍ୟାଟିଂ ଜାରି ରଖନ୍ତି ତେବେ ଏହା ଦଳ ପାଇଁ ଏକ ବଡ଼ ବୋନସ ହେବ।
କ୍ୱାଲିଫାୟର-୨ରେ ରୟାଲ୍ସ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ପରାସ୍ତ କରି ରାଜସ୍ଥାନ ରୟାଲ୍ସ ଫାଇନାଲରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri