ଏମ୍‌ବିବିଏସ୍‌ ସିଟ୍‌ ସଂଖ୍ୟା ୧୭୫୦କୁ ବୃଦ୍ଧି ହେବ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ସ୍ବାସ୍ଥ୍ୟସେବା ଓ ଡାକ୍ତରୀ ଶିକ୍ଷାର ଦୃଢ଼ ଅଭିବୃଦ୍ଧି ଲକ୍ଷ୍ୟ ରଖି ରାଜ୍ୟ ସରକାର ପର୍ଯ୍ୟାୟକ୍ରମେ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା କରୁଛନ୍ତି। ଏହି କ୍ରମରେ ୨୦୧୭-୧୮ରେ କୋରାପୁଟ ଓ ବଲାଙ୍ଗୀର, ୨୦୧୮-୧୯ରେ ବାରିପଦା ଓ ବାଲେଶ୍ୱର ଏବଂ ୨୦୨୧-୨୨ରେ ପୁରୀରେ ଗୋଟିଏ ଲେଖାଏ ମେଡିକାଲ କଲେଜ ପ୍ରତିଷ୍ଠା କରିଛନ୍ତି। ସେହିପରି ୨୦୨୨-୨୩ରେ ସୁନ୍ଦରଗଡ଼ ଓ କେନ୍ଦୁଝରରେ ଗୋଟିଏ ଲେଖାଏ ମେଡିକାଲ କଲେଜ ପ୍ରତିଷ୍ଠା ହେବାକୁ ଯାଉଛି। ଏଥିପାଇଁ ନ୍ୟାଶନାଲ ମେଡିକାଲ କମିଶନ(ଏନ୍‌ଏମ୍‌ସି)ର ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଭିତ୍ତିଭୂମି ଓ ନିର୍ଦ୍ଧାରିତ ସଂଖ୍ୟକ ପ୍ରାଧ୍ୟାପକ, ସହଯୋଗୀ ପ୍ରାଧ୍ୟାପକ ଓ ସହକାରୀ ପ୍ରାଧ୍ୟାପକଙ୍କୁ ନିଯୁକ୍ତି କରିସାରିଛନ୍ତି ରାଜ୍ୟ ସରକାର। ସେହିପରି ୨୦୨୩-୨୪ରେ ଭବାନୀପାଟଣା, ୨୦୨୪-୨୫ରେ ଯାଜପୁର ଓ ଫୁଲବାଣୀରେ ଗୋଟିଏ ଲେଖାଏ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଭିତ୍ତିଭୂମି ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଫଳରେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ମେଡିକାଲ କଲେଜଗୁଡ଼ିକରେ ଏମ୍‌ବିବିଏସ୍‌ ସିଟ୍‌ ସଂଖ୍ୟା ୧,୨୫୦ରୁ ୧,୭୫୦କୁ ବୃଦ୍ଧି ହେବାକୁ ଯାଉଛି। ଏହା ସ୍ବାସ୍ଥ୍ୟସେବା ଓ ଡାକ୍ତରୀ ଶିକ୍ଷାରେ ଦେଖାଦେଉଥିବା ଅଭାବକୁ ପୂରଣ କରିବାରେ ଖୁବ୍‌ ସହାୟକ ହେବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏଥିସହ ସରକାର କେନ୍ଦୁଝର ଓ ସୁନ୍ଦରଗଡ଼ରେ ଦୁଇଟି ୧୦୦ ଏମ୍‌ବିବିଏସ୍‌ ସିଟ୍‌ ବିଶିଷ୍ଟ ମେଡିକାଲ କଲେଜ ଖୋଲିବା ପାଇଁ ଏନ୍‌ଏମ୍‌ସିକୁ ଆବେଦନ କରିଛନ୍ତି। ଏନ୍‌ଏମ୍‌ସି ମାନଦଣ୍ଡ ଅନୁଯାୟୀ ପ୍ରଥମ ବର୍ଷରୁ ପ୍ରତ୍ୟେକରେ ୬ ପ୍ରାଧ୍ୟାପକ, ୨୦ ସହଯୋଗୀ ପ୍ରାଧ୍ୟାପକ ଓ ୨୪ ସହକାରୀ ପ୍ରାଧ୍ୟାପକ ନିଯୁକ୍ତି ଦେବାର ଆବଶ୍ୟକତା ରହିଥିବାରୁ ସରକାର କଟକ ଏସ୍‌ସିବି ଓ ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜ(ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ)ରୁ ଏହି ଦୁଇ ନୂତନ ମେଡିକାଲ କଲେଜକୁ କେତେଜଣ ସହଯୋଗୀ ପ୍ରାଧ୍ୟାପକଙ୍କୁ ବଦଳି କରିଛନ୍ତି। ଅପରପକ୍ଷେ ରାଜ୍ୟ ସରକାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟକୁ ଏକ ଅଗ୍ରଜ ମହାବିଦ୍ୟାଳୟ ଭାବେ ପ୍ରାଧାନ୍ୟ ଦେଇ ଆସୁଥିବାରୁ ଖାଲି ହେଉଥିବା ପଦବୀ ପୂରଣ ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଗତ ୧୭ ଓ ୧୯ ତାରିଖରେ ଏଠାରେ ୧୧ ଜଣ ସହକାରୀ ପ୍ରାଧ୍ୟାପକ, ୧୬ଜଣ ଟିଉଟର ଓ ୪ ଜଣ ସିନିୟର ରେସିଡେଣ୍ଟ ଏବଂ ୨୬ ତାରିଖରେ ୭ ଜଣ ସହଯୋଗୀ ପ୍ରାଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଛି। ଏହାବାଦ୍‌ ୩୫ଜଣ ସିନିଅର ରେସିଡେଣ୍ଟଙ୍କ ଚୟନ ପ୍ରକ୍ରିୟା ଶେଷ ହୋଇସାରିଛି ଓ ସପ୍ତାହକ ମଧ୍ୟରେ ସେମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟର ୩୫ ବିଭାଗରେ ମୋଟ ପ୍ରାଧ୍ୟାପକ ପଦବୀ ସଂଖ୍ୟା ୩୯ ଥିବାବେଳେ ଏଥିମଧ୍ୟରୁ ୪ ପଦବୀ ଖାଲି ରହିଛି। ୮୧ ସହଯୋଗୀ ପ୍ରାଧ୍ୟାପକ ପଦବୀରୁ ୩୦ ପଦବୀ ଖାଲି ରହିଥିବାବେଳେ ୧୬୩ ସହକାରୀ ପ୍ରାଧ୍ୟାପକ ପଦବୀରୁ ୧୧ ପଦବୀ ଖାଲି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri