ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇପାରିବେନି କର୍ମଚାରୀ

କଟକ ଅଫିସ୍‌,୩୦।୫: କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇବା ଏବଂ ବଦଳି ହେବାକୁ ନ ଚାହିଁବାର ଆଇନଗତ କିମ୍ବା ବୈଧାନିକ ଅଧିକାର ସରକାରୀ କର୍ମଚାରୀଙ୍କର ନାହିଁ। ପଦୋନ୍ନତି ପାଇ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଅବସ୍ଥାପିତ ହେବାକୁ ଚାହୁଁ ନ ଥିବା ଜଣେ ସହକାରୀ ଶିକ୍ଷକଙ୍କ ଆବେଦନକୁ ଓଡିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ଜଷ୍ଟିସ୍‌ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ଜଣିକିଆ ଖଣ୍ଡପୀଠ ରିଟ୍‌ ପିଟିଶନ ଖାରଜ କରିବା ଅବସରରେ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଆବେଦନକାରୀ ଲେଫ୍ରିପଡ଼ା ବାଳିକା ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କର ପ୍ରଧାନଶିକ୍ଷକ ଭାବେ ଅନ୍ୟତ୍ର ବଦଳି ହୋଇଥିଲା। ଉକ୍ତ ସ୍ଥାନ ତାଙ୍କ ଘରଠାରୁ ୧୪୦ କିଲୋମିଟର ଦୂର। ତାଙ୍କର ଜଟିଳ ଆଣ୍ଠୁଗଣ୍ଠି ରୋଗ ଥିବାରୁ ଏତେଦୂର ଯାଇପାରିବେ ନାହିଁ କହି ପଦୋନ୍ନତି ବାତିଲ କରି ତାଙ୍କୁ ପୂର୍ବ ସ୍ଥାନରେ ରଖିବା ଲାଗି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ନିକଟରେ ଆବେଦନ କରିଥିଲେ। ତାଙ୍କ ଆବେଦନକୁ ଶିକ୍ଷା ବିଭାଗ ଖାରଜ କରିଦେବା ପରେ ନିକଟସ୍ଥ କୌଣସି ସ୍କୁଲ୍‌ରେ ଅବସ୍ଥାପିତ କରିବା ଲାଗି ସେ ପୁନଃ ଆବେଦନ କରିଥିଲେ। ହାଇକୋର୍ଟ ତାଙ୍କ ରାୟରେ କହିଛନ୍ତି, ସେହି ସମୟର ଖାଲିସ୍ଥାନ ଉପଲବ୍ଧ ଥିବା ଲାଠିକଟାର ଦେଓକରନ ବିଦ୍ୟାପୀଠର ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ଦିଆଯାଇଛି। ସେ ନିଜ ଇଚ୍ଛାରେ ପଦୋନ୍ନତିକୁ ଗ୍ରହଣ ନ କରିବାକୁ ନିଷ୍ପତ୍ତି ନେଇ ନିଯୁକ୍ତି କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶର ଅବମାନନା କରିଛନ୍ତି। ସେ ଏହାକୁ ଚ୍ୟାଲେଞ୍ଜ କରିପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri