Posted inଜାତୀୟ

ଭାଇଙ୍କ ଘରୁ ମିଳିଲା ମହିଳା ବିଚାରପତିଙ୍କ ଝୁଲନ୍ତା ମୃତଦେହ

ନୂଆଦିଲ୍ଲୀ,୩୦।୫: ଦିଲ୍ଲୀ ସାକେତ୍‌ କୋର୍ଟର ୪୨ ବର୍ଷୀୟା ମହିଳା ବିଚାରପତିଙ୍କ ମୃତଦେହ ଦକ୍ଷିଣ ଦିଲ୍ଲୀ ରାଜପୁର ଅଞ୍ଚଳରେ ଥିବା ତାଙ୍କ ଭାଇଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ମହିଳା ବିଚାରପତି ତାଙ୍କ ସ୍ବାମୀ ଅଶୋକ ବେନିଓ୍ବାଲଙ୍କ ସହ ସାକେତ୍‌ କୋର୍ଟ ରେସିଡେନ୍ସିଆଲ କମ୍ପ୍ଲେକ୍ସରେ ରହୁଥିଲେ। ଅଶୋକ ମଧ୍ୟ ବିଚାରପତି ଅଛନ୍ତି।

ମହିଳା ବିଚାରପତି ଜଣଙ୍କ ଶୁକ୍ରବାରଠାରୁ ନିଖୋଜ ଥିଲେ। ଏନେଇ ତାଙ୍କ ସ୍ବାମୀ ପୋଲିସକୁ ଫୋନ୍‌ କରି ଜଣାଇଥିଲେ। ସାକେତ୍‌ ଥାନା ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସିସିଟିଭି ଫୁଟେଜ୍‌ ଅନୁଧ୍ୟାନ ପରେ ଏକ ଅଟୋରିକ୍ସା ଉପରେ ପୋଲିସ ସନ୍ଦେହ କରି ଡ୍ରାଇଭରଙ୍କୁ ଜେରା କରିଥିଲା। ସେ ମହିଳା ବିଚାରପତିଙ୍କୁ ରାଜପୁର ଖୁର୍ଦ ଅଞ୍ଚଳରେ ଛାଡ଼ିଥିବା ପୋଲିସ ଆଗରେ କହିଥିଲେ। ଏହା ପରେ ପୋଲିସ ଅଶୋକଙ୍କ ସହ ଯୋଗାଯୋଗ କରି ଉକ୍ତ ଅଞ୍ଚଳରେ ମହିଳା ବିଚାରପତିଙ୍କ ଭାଇ ରହୁଥିବା ଜାଣିବାକୁ ପାଇଥିଲେ। ଅଶୋକଙ୍କୁ ନେଇ ପୋଲିସ ଟିମ୍‌ ପହଞ୍ଚି ଘର ସିଲିଂ ଫ୍ୟାନ୍‌ରୁ ମହିଳା ବିଚାରପତିଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ। ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନାହିଁ। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri