Posted inଜାତୀୟ

ମୁମ୍ବାଇ କୋଠା ଭୁଷୁଡିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଫଡନବିଶ

ମୁମ୍ବାଇ,୧୬।୭: ମୁମ୍ବାଇ ଡୋଙ୍ଗ୍ରିର ତାନ୍ଦେଲ ଷ୍ଟ୍ରିଟରେ ଥିବା ୪ ମହଲା ବିଶିଷ୍ଟ କେଶରବାଇ ବିଲଡିଂ ଭୁଷୁଡି ପଡିବା ଫଳରେ ଏପର୍ଯ୍ୟନ୍ତ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ପ୍ରାୟ ୪୦ରୁ ୫୦ ଜଣ ଭଙ୍ଗା କୋଠା ତଳେ ଚାପି ହୋଇ ରହିଥିବା କୁହାଯାଉଛି। ତେବେ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ। ସୂଚନାଯୋଗ୍ୟ,ଏହି ବିଲଡିଂରେ ପାଖାପାଖି ୧୫ଟି ପରିବାର ରହୁଥିଲେ। ଏହା ଶହେ ବର୍ଷ ପୁରୁଣା କୋଠା ବୋଲି କୁହାଯାଉଛି। ଗଣମାଧ୍ୟମକୁ ସୂଚନା ଦେଇ ଫଡନବିଶ କହିଛନ୍ତି ଏବେ ଉଦ୍ଧାର କାର୍ଯ୍ୟ ଉପରେ ଗୁରୁତ୍ୱ ଦିଆଯାଉଛି। କୋଠା ଭୁଷୁଡିବାର କାରଣ ସ୍ପଷ୍ଟ ହେବାପରେ ଯାଇ ମୃତାହତଙ୍କ ପାଇଁ ସାହାଯ୍ୟ ଘୋଷଣା କରାଯିବ ବୋଲି ସେ କହିଛନ୍ତି। ଏବେ ସୁଦ୍ଧା ୭ଜଣ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଆଗକୁ ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri