ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ: ଆଜି ସୁପ୍ରିମ୍‌କୋର୍ଟରେ ଶୁଣାଣି

ଭୁବନେଶ୍ୱର,୩୧ା୫(ବ୍ୟୁରୋ):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ହୋଇଥିବା ବେଆଇନ ନିର୍ମାଣ ଏବଂ ମନ୍ଦିର ଚାରିପଟେ ଥିବା ଜବରଦଖଲକୁ ନେଇ ଦାଏର ଦୁଇଟି ପିଟିଶନ ଉପରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ଶୁଣାଣି ହେବ। ଜଷ୍ଟିସ୍‌ ବି.ଆର. ଗଭାଇ ଏବଂ ହିମ କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ପିଟିଶନର ଶୁଣାଣି କରିବେ। ପୁରୀ ମନ୍ଦିର ଚତୁଃପାର୍ଶ୍ୱରେ ହେଉଥିବା ନିର୍ମାଣକୁ ବିରୋଧ କରି ଅର୍ଦ୍ଧେନ୍ଦୁ କୁମାର ଦାସଙ୍କ ପକ୍ଷରୁ ଖଣ୍ଡପୀଠଙ୍କ ନିକଟରେ ସୋମବାର ବରିଷ୍ଠ ଆଇନଜୀବୀ ମହାଲକ୍ଷ୍ମୀ ପାଭାନୀ ଏବଂ ଅନ୍ୟ ଏକ ପିଟିଶନ ଆଡ୍‌ଭୋକେଟ ନଚିକେତା ଯୋଶୀଙ୍କ ଦ୍ୱାରା ଦାଏର କରାଯାଇଥିଲା। ଏହି ମାମଲାର ତୁରନ୍ତ ଶୁଣାଣି କରିବାକୁ ନିବେଦନ କରାଯାଇଛି। ଓଡ଼ିଶା ହାଇକୋର୍ଟରେ ଏହି ମାମଲାର ଶୁଣାଣି ହୋଇଛି କି ନାହିଁ ଖଣ୍ଡପୀଠ ଆବେଦନକାରୀଙ୍କୁ ପଚାରିଥିଲେ। ହାଇକୋର୍ଟଙ୍କ ମେ’ ୯ ଆଦେଶ ବିରୋଧରେ ଉକ୍ତ ଦୁଇଟି ପିଟିଶନ ଦାଏର କରାଯାଇଥିବା ଆବେଦନକାରୀ ଦର୍ଶାଇଥିଲେ। ହାଇକୋର୍ଟ ଶ୍ରୀମନ୍ଦିର ଚାରିପାଖେ ହେଉଥିବା ନିର୍ମାଣକୁ ସ୍ଥଗିତ କରିବା ନେଇ ନିର୍ଦ୍ଦେଶ ଦେବାକୁ ମନା କରିଦେଇଥିଲେ। ପୁରୀ ଐତିହ୍ୟ ପ୍ରକଳ୍ପ ଦ୍ୱାରା ଶ୍ରୀମନ୍ଦିରର କ୍ଷତି ହେବା ଆଶଙ୍କା କରି ଏବଂ ଏ ନେଇ କୌଣସି ଅନୁମତି ଦିଆଯାଇ ନ ଥିବା ଦର୍ଶାଇ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ(ଏଏସ୍‌ଆଇ) ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର କରାଯାଇଥିଲା। ହାଇକୋର୍ଟ ଏଏସ୍‌ଆଇ ରିପୋର୍ଟକୁ ଅଗ୍ରାହ୍ୟ କରିଦେବା ସହ ମନ୍ଦିରର କେଉଁ ଅଂଶ ପ୍ରକୃତରେ କ୍ଷତି ହେବ ସେ ସମ୍ପର୍କରେ ଦର୍ଶାଇବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ...

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

୭ ବେଳକୁ ସାରା ରାଜ୍ୟରେ କମିବ ତାତି!

ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଥମୁନି ଶିମିଳିପାଳ ବନାଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri