ବଳକା ଚାଉଳ, କୋଇଲା ରୟାଲ୍‌ଟି ପ୍ରସଙ୍ଗ ଉଠିଲା

ଭୁବନେଶ୍ୱର,୩୧।୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ କୌଣସି ଆଲୋଚନା ହୋଇ ନ ଥିବା ସେ କହିଛନ୍ତି। କୋଭିଡ -୧୯ ମହାମାରୀ ପରେ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ହୋଇ ନ ଥିଲା। ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ନବୀନ ରାଜ୍ୟର ସ୍ବାର୍ଥସମ୍ବଳିତ ବିଭିନ୍ନ ପ୍ରସଙ୍ଗକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଉତ୍‌ଥାପନ କରିଛନ୍ତି। ବଳକା ଉଷୁନା ଚାଉଳ ପ୍ରସଙ୍ଗଠାରୁ କେନ୍ଦ୍ରୀୟ ଅନୁଦାନ ନେଇ ମଧ୍ୟ ଆଲୋଚନା ହୋଇଥିବା ଜଣାପଡିଛି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି ଯେ, କିଛିଦିନ ତଳେ ତେଲଙ୍ଗାନାର ବଳକା ଉଷୁନା ଓ ଅରୁଆ ଚାଉଳ ଉଠାଇବାକୁ କେନ୍ଦ୍ର ସରକାର ରାଜି ହୋଇଛନ୍ତି। ହେଲେ ଏଯାଏ ଓଡ଼ିଶାର ବଳକା ଉଷୁନା ଚାଉଳ ଉଠାଉନାହାନ୍ତି। ପ୍ରଧାନମନ୍ତ୍ରୀଙ୍କ ନିକଟରେ ଚାଉଳ ଉଠାଣ ଦାବି ରଖାଯାଇଛି। ସେହିପରି କୋଇଲା ଉତ୍ପାଦନ ରୟାଲ୍‌ଟିରେ ସଂଶୋଧନ ଆସିଲେ ରାଜ୍ୟକୁ ଅଧିକ ରାଜସ୍ବ ମିଳିବ। ମହାନଦୀ ଜଳବିବାଦ ଯୋଗୁ ଖରାଦିନେ ଓଡ଼ିଶା ଜଳକଷ୍ଟ ଭୋଗୁଛି। ଏହାର ସମାଧାନ କରି ନ୍ୟାୟ ଦେବା ଦିଗରେ ମଧ୍ୟ ଦୃଷ୍ଟି ଆକର୍ଷଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଛଡ଼ା ଆସନ୍ତା ଜୁଲାଇରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବାବେଳେ ଦୁଇ ନେତାଙ୍କ ମଧ୍ୟରେ ଏ ପ୍ରସଙ୍ଗରେ କୌଣସି ଆଲୋଚନା ହୋଇ ନ ଥିବା ସୂଚନା ମିଳିଛି। ଏଥିସହିତ ନବୀନ ସ୍ବରାଷ୍ଟ୍ର ମନ୍ତ୍ରୀ ଅମୀତ ଶାହାଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।
ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଓଡ଼ିଶା ଫେରିଆସିବେ। ଯଦିଓ ଗତ ୩ ମାସ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କର ଏହା ତୃତୀୟ ଦିଲ୍ଲୀ ଗସ୍ତ। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ବୁଝାମଣା ସମ୍ଭାବନା ରହିଛି ବୋଲି ରାଜନୈତିକ ବିଶ୍ଳେଷକ ଆଶା କରୁଛନ୍ତି। ଏନ୍‌ଡିଏର ଅଂଶୀଦାର ଜେଡିୟୁ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ କି ନାହିଁ ସେନେଇ ସ୍ପଷ୍ଟ ହେଉ ନ ଥିବାରୁ ଭାଜପା ନବୀନଙ୍କ ସହଯୋଗ ଲୋଡ଼ିବା ବେଶି ସମ୍ଭାବନା ରହିଛି। ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ଭାଜପା ବିଜେଡି ଓ ଆନ୍ଧ୍ରର ଓ୍ବାଇଏସ୍‌ଆର କଂଗ୍ରେସକୁ ନିଜଆଡ଼କୁ ନେବା ଲାଗି ଉଦ୍ୟମ ଚଳାଇଛି।
ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳଗୁଡ଼ିକ ହାତରେ ୫୧.୧ପ୍ରତିଶତ ଭୋଟ ଥିବା ବେଳେ ଭାଜପା ଓ ଏହାର ସହଯୋଗୀ ଦଳ ନିକଟରେ ୪୮.୯ ପ୍ରତିଶତ ରହିଛି। ଏନ୍‌ଡିଏ ପ୍ରାର୍ଥୀଙ୍କୁ ଆଉ ୧.୨୨ପ୍ରତିଶତ ଭୋଟ୍‌ର ଆବଶ୍ୟକତା ରହିଛି। ବିଜେଡି ହାତରେ ୩.୨୨ ପ୍ରତିଶତ ଭୋଟ୍‌ ରହିଛି। ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ସମ୍ଭାବନା ରହିଛି। ତେବେ ଏ ନେଇ ବିଜେଡି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।
ଏଠାରେ ସୂଚନାଯୋଗ୍ୟ, ୨୦୧୨ ଏବଂ ୨୦୧୭ରେ ଅଣ ଉପା ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ କରିଥିଲା। ୨୦୨୦ ସେପ୍ଟେମ୍ବରରେ ନବୀନ ରାଜ୍ୟ ସଭା ଉପାଧ୍ୟକ୍ଷ ପଦବୀ ପାଇଁ ଏନ୍‌ଡିଏ ପ୍ରାର୍ଥୀ ହରିଶ୍‌ ନାରାୟଣଙ୍କୁ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri