ପ୍ରଶାସନର ଶେଷ ପ୍ରୟାସ ବିଫଳ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ନିିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲଖନପୁର ବ୍ଲକ ପଣ୍ଡରି ଗ୍ରାମ ପଞ୍ଚାୟତର ବେଙ୍କମୁରା ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟକୁ ଗତବର୍ଷ ପ୍ରଶାସନ ବନ୍ଦ କରି ନିକଟସ୍ଥ ବଲଣ୍ଡା ପ୍ରାଥମିକ ବିଦ୍ୟାଳୟ ସହ ମିଶାଇ ଦେଇଛି। ଏହାକୁ ଗ୍ରାମବାସୀ ବିରୋଧ କରି ଆନ୍ଦୋଳନ ଚଳାଇ ଆସୁଛନ୍ତି। ଏପରି କି ଦାବି ପୂରଣ ନ ହେଲେ ଉପନିର୍ବାଚନ ବର୍ଜନ କରିବେ ବୋଲି ଚେତାବନୀ ଦେଇଥିଲେ। ପୂର୍ବରୁ ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା ଗ୍ରାମକୁ ଯାଇ ସମସ୍ୟା ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଶେଷରେ ମତଦାନ ଅବ୍ୟବହିତ ପୂର୍ବରୁ ସୋମବାର ଲଖନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଞ୍ଜୀବ ପଟେଲ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ର ନାରାୟଣ ପ୍ରଧାନ ପହଞ୍ଚତ୍ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଏପରି କି ସେମାନଙ୍କ ଦାବି ସମ୍ପର୍କରେ ସରକାରଙ୍କୁ ଅବଗତ କରିବେ ବୋଲି ଅଧିକାରୀମାନେ କହିଥିଲେ। ହେଲେ ଏହାକୁ ଗ୍ରାମବାସୀ ଗ୍ରହଣ ନ କରି ଲିଖିତ ପ୍ରତିଶ୍ରୁତି ମିଳି ନ ଥିବାରୁ ଭୋଟ ଦାନରୁ ବିରତ ରହିବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri