ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା କମିଲା…

ନୂଆଦିଲ୍ଲୀ, ୩୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୨ ହଜାର ୩୩୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୭୦୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟ କମି ୧୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୫ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ୧୭ ହଜାର ଟପିଛି। ଏହା ୧୭ ହଜାର ୮୮୩ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୧୩୪ ଜଣ ସୁସ୍ଥ ହୋଇଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୬୩୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୫୮ ହଜାର ୮୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୧୫ ହଜାର ୫୭୪ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ କେରଳରେ ୮୧୫ ଜଣ, ମହାରାଷ୍ଟ୍ରରେ ୪୩୧ ଜଣ, ଦିଲ୍ଲୀରେ ୨୧୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ହରିୟାଣାରେ ୧୭୪ ଜଣ, କର୍ନାଟକରେ ୧୬୬ ଜଣ, ଉତ୍ତରପ୍ରଦେଶରେ ୧୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୩ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri