ବିପଦସଙ୍କୁଳ ଅବସ୍ଥାରେ ଦୁଧେଇ ସେତୁ

ବରୀ,୧।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ବିଚ୍ଛିନ୍ନାଞ୍ଚଳ ଲୋକମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ଲକ୍ଷ୍ୟ ନେଇ ସଂଯୋଗୀକରଣ ସେତୁ ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ମର୍ମରେ ବାଲିବିଲ ପଞ୍ଚାୟତ ଢିହସାହି ରାଜସ୍ବ ଗ୍ରାମକୁ ସଂଯୋଗୀକରଣ ନିମନ୍ତେ ୫ା୧୨ା୨୦୧୧ରେ ଦୁଧେଇ ସେତୁର ଶିଳାନ୍ୟାସ କରାଯାଇଥିଲା ା ତତ୍କାଳୀନ ବରୀ ବିଧାୟକ ଦେବାଶିଷ ନାୟକ ଏହି ଶିଳାନ୍ୟାସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ା ଏହି ସେତୁ ନିର୍ମାଣ ପାଇଁ ୪ କୋଟି ୬୧ ଲକ୍ଷ ଟଙ୍କା ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ବ୍ୟୟ ଅଟ୍ଟକଳ କରାଯାଇଥିଲା। ହେଲେ ଦାୟିତ୍ୱରେ ଥିବା ଠିକାଦାର ଓ ଗ୍ରାମ୍ୟ ଉନ୍ନୟନ ବିଭାଗର କେତେଜଣ ଅଧିକାରୀଙ୍କ ମଧୁଚନ୍ଦ୍ରିକା ଯୋଗୁ ନିମ୍ନମାନର କାମ ହୋଇଥିବା ଅଭିଯୋଗ ହୋଇଥିଲା ା ଏ ସଂକ୍ରାନ୍ତରେ ସ୍ଥାନୀୟ ଲୋକମାନେ ଏକାଧିକ ଥର ଯାଜପୁର ଜିଲାପାଳ, ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଅଧିକାରୀଙ୍କୁ ଭେଟି ଲିଖିତ ଓ ମୌଖିକ ଭାବେ ଅଭିଯୋଗ କରିଥିଲୋା ହେଲେ ବିଭାଗୀୟ କର୍ତ୍ତୃପକ୍ଷ ଘଟଣାସ୍ଥଳ ପରିଦର୍ଶନ କରିବା ତ ଦୂରର କଥା କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲେ ା ଏବେ ସେହି ସେତୁର ବାମ ପାର୍ଶ୍ୱରେ ଏକ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ଏହି ସେତୁର ସଂଯୋଗୀକରଣ ରାସ୍ତା (୭୦୦ ମିଟର) ନିର୍ମାଣ ନିମନ୍ତେ ୯୨ ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳ କରାଯାଇଥିଲା। ହେଲେ ଅସରାଏ ବର୍ଷାରେ ସେହି ରାସ୍ତା ଭୁଶୁଡ଼ି ପଡ଼ିବା ଏବଂ ୨ ବାଇକ୍‌ ଆରୋହୀ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଏହାପରେ ବରୀ ବିଧାୟିକା ସୁନନ୍ଦା ଦାସ ଆପ୍ରୋଚ ରୋଡ୍‌ ଓ ସେତୁ ନିର୍ମାଣ କାର୍ଯ୍ୟରେ ଅନିୟମିତତା କିମ୍ବା ନିମ୍ନମାନର କାମ କରାଯାଉଥିଲେ ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅପରପକ୍ଷେ ବର୍ତ୍ତମାନର ବିଜେଡି ରାଜ୍ୟ ସମ୍ପାଦକ ବିଶ୍ୱରଞ୍ଜନ ମଲ୍ଲିକ ଓ ତକତ୍ାଳୀନ ବରୀ ବ୍ଲକ୍‌ ଅଧ୍ୟକ୍ଷା ସୁବାସିନୀ ଶର୍ମା ୧୪ା୬ା୨୦୨୧ରେ ଘଟଣାସ୍ଥଳରେ ପହଞ୍ଚତ୍ ସଂଯୋଗୀକରଣ ରାସ୍ତାର ସ୍ଥାୟୀ ନିର୍ମାଣ ୧୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ନ ହେଲେ ରାଜରାସ୍ତାରେ ଧାରଣା ଦେବେ ବୋଲି ଚେତାବନୀ ଦେଇଥିଲେ। ଏହି ଘଟଣାକୁ ଗୁରୁତ୍ୱ ଦେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ସଂଯୋଗୀକରଣ ରାସ୍ତା ନିର୍ମାଣ ଶେଷ କରିବା ନିମନ୍ତେ ଅର୍ଥ ମଞ୍ଜୁର କରାଯାଇଥିଲା ା ହେଲେ ଆଜି ପର୍ଯ୍ୟନ୍ତ ସେହି ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ସେତୁ ନିର୍ମାଣର ୧୧ ବର୍ଷ ପରେ ଏଭଳି ଫାଟ ସୃଷ୍ଟି ହେବା ଯୋଗୁ ସାଧାରଣରେ ନାନା ଆଶଙ୍କା ପ୍ରକାଶ ପାଇଛି ା ଏ ସଂକ୍ରାନ୍ତରେ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ରଞ୍ଜନ କୁମାର ନାୟକଙ୍କୁ ପଚାରିବାରେ ସେ କୁହନ୍ତି, ସେତୁର ବାମପାର୍ଶ୍ୱରେ ଫାଟ ସୃଷ୍ଟି ହୋଇନାହିଁ। ଯଦି ବି କୌଣସି ଅଂଶରେ କିଛି ତ୍ରୁଟି ରହିଛି ତାହା ସେତୁର ସ୍ଥାୟିତ୍ୱ ଉପରେ କୌଣସି ପ୍ରଭାବ ପକାଇବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri