ଯୁବତୀଙ୍କୁ ଅପରହଣ, ହତ୍ୟା ଧମକ: ଅଭିଯୁକ୍ତ ଗିରଫ

ବଡ଼ବିଲ,୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଟ୍‌ବ୍ୟାଙ୍କ ନିକଟସ୍ଥ ଏକ ଜେରକ୍ସ ଦୋକାନରେ କାର୍ଯ୍ୟ କରୁଥିବା ଜଣେ ଯୁବତୀଙ୍କୁ ଟଣାଓଟରା ଏବଂ ଯୁବତୀଙ୍କୁ ଉଦ୍ଧାର କରିଥିବା ଦୋକାନ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଏବଂ ଜଣେ ବାଳ ଅପରାଧୀଙ୍କୁ ଶନିବାର ଗିରଫ ପୂର୍ବକ କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ପିଏଚ୍‌ଡି ମାଗାଜିନ ହଟିଂ ଅଞ୍ଚଳରେ ରହୁଥିବା ନବୀନ କର୍ମକାର।
ସୂଚନା ଅନୁଯାୟୀ, ଶୁକ୍ରବାର ଅପରାହ୍ନରେ ଯୁବତୀ ଜଣକ ଜେରକ୍ସ ଦୋକାନରେ କାର୍ଯ୍ୟରତ ଥିଲାବେଳେ ଅଭିଯୁକ୍ତ ନବୀନ ସେଠାରେ ପହଞ୍ଚି ଯୁବତୀଙ୍କୁ ମୋବାଇଲ ନମ୍ବର ମାଗିଥିଲେ। ମୋବାଇଲ ନମ୍ବର ନ ଦେବାରୁ ଯୁବତୀଙ୍କୁ ଦୋକାନ ବାହାରକୁ ଟାଣି ନେଇଥିଲେ ନବୀନ। ଏହାର ବିରୋଧ କରିବାରୁ ନବୀନ, ଯୁବତୀଙ୍କୁ ଟଣାଓଟରା କରିବା ସହ ହତ୍ୟା ଓ ଅପହରଣ ଧମକ ଦେଇଥିଲେ। ଯୁବତୀଙ୍କ ପାଟି ଶୁଣି ଦୋକାନ ମାଲିକ ଆସି ନବୀନଙ୍କ କବଳରୁ ଯୁବତୀଙ୍କୁ ଉଦ୍ଧାର କରିଥିଲେ। କିଛି ସମୟ ପରେ ନବୀନ ଉକ୍ତ ଦୋକାନ ମାଲିକଙ୍କୁ ପିଏଚ୍‌ଡି ଛକକୁ ଡାକିଥିଲେ। ଦୋକାନ ମାଲିକ ପିଏଚ୍‌ଡିରେ ପହଞ୍ଚିବା ମାତ୍ରେ ନବୀନ ଓ ତାଙ୍କ ସହଯୋଗୀ ବାଳ ଅପରାଧୀ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ ମରଣାନ୍ତକ ଆକ୍ରମଣ କରି ଆହତ କରିଥିଲେ। ତେବେ ଦୋକାନ ମାଲିକ କୌଣସି ମତେ ସେଠାରୁ ଖସିଯିବାକୁ ସକ୍ଷମ ହୋଇଥିଲେ। ଏ ନେଇ ପୀଡ଼ିତା ଯୁବତୀ ବଡ଼ବିଲ ଥାନାରେ ଅଭିଯୋଗ କରିବା ପରେ ପୋଲିସ କେସ୍‌ ନଂ. ୧୦୩/୨୨ରେ ଏକ ମାମଲା ରୁଜୁ କରିଥିଲା। ତେବେ ପୋଲିସ ଘଟଣାର ତଦନ୍ତ କରି ସଂପୃକ୍ତ ମୁଖ୍ୟ ଅଭିଯୁକ୍ତ ନବୀନ ଓ ସହଯୋଗୀ ବାଳ ଅପରାଧୀଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଥିବା ବଡ଼ବିଲ ଥାନା ଆଇଆଇସି ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri