ଶ୍ରୀଲଙ୍କାରେ ଉତ୍କଟ ଆର୍ଥିକ ସଙ୍କଟ, ବାଧ୍ୟ ହୋଇ ଦେହ ବ୍ୟବସାୟ କରୁଛନ୍ତି ଯୁବତୀ…

କଲମ୍ବୋ, ୫।୬ : ଶ୍ରୀଲଙ୍କା ସ୍ବାଧୀନତା ପରଠାରୁ ସବୁଠୁ ବଡ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ମୁଦ୍ରାସ୍ଫୀତି ଏକ ରେକର୍ଡ ସ୍ତରରେ ପହଞ୍ଚିଛି। ଜନସାଧାରଣ ବଞ୍ଚିବା ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ପାଇବାକୁ ସକ୍ଷମ ହୋଇପାରୁ ନାହାନ୍ତି। ଦେଶରେ ଇନ୍ଧନ ଏବଂ ଔଷଧ ଭଳି ମୌଳିକ ଜିନିଷର ଅଭାବ ରହିଛି। ଦେଶର ଅବସ୍ଥା ଏତେ ଖରାପ ହୋଇଛି ଯେ ଗରିବ ପରିବାରର ପୁରୁଷ ଓ ମହିଳାଙ୍କ ପାଇଁ ପରିବାରର ପ୍ରତିପୋଷଣ ଏକ ଆହ୍ବାନ ପାଲଟିଛି।

ଅର୍ଥ ଏବଂ ଚାକିରୀ ଅଭାବରୁ ଅନେକ ପରିବାରର ମହିଳା, ଯୁବତୀ ଏବଂ ବାଳିକାମାନେ ବାଧ୍ୟ ହୋଇ ଦେହ ବ୍ୟବସାୟ କରୁଛନ୍ତି। ପେଟ ଭୋକ ପାଇଁ ଏବଂ ପରିବାର ପୋଷଣ ଲାଗି ଏଭଳି କରିବାକୁ ସେମାନେ ବାଧ୍ୟ ହେଉଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ଜାନୁୟାରୀ ୨୦୨୨ ପରଠାରୁ ଶ୍ରୀଲଙ୍କାରେ ଦେହ ବ୍ୟବସାୟ ୩୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ଘଟିଛି। ଦେହ ବ୍ୟବସାୟରେ ବହୁ ସ୍କୁଲଛାତ୍ରୀ ମଧ୍ୟ ସାମିଲ ଅଛନ୍ତିି। ଲୋକଙ୍କ ଏପରି ଖରାପ ଅବସ୍ଥା ପାଇଁ ସରକାରଙ୍କ ନୀତ ଦାୟୀ ବୋଲି ଅଭିଯୋଗ ହେଉଛି।

ଏହା ଦ୍ୱାରା ଦେଶରେ ଆଗାମୀ ଦିନରେ ଏଡସ୍‌ ମହାମାରୀ ସଂକ୍ରମଣର ଆଶଙ୍କା ବୃଦ୍ଧି ପାଇବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ସ୍ପା ନାମରେ ଶ୍ରୀଲଙ୍କାରେ ଦେହ ବ୍ୟବସାୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଦେଶର ପ୍ରାୟ ୪୦ ହଜାର ଯୁବତୀ ସ୍ପାରେ କାମ କରୁଛନ୍ତି। ସେଥିମଧ୍ୟରୁ ଅଧାରୁ ଅଧିକ ରାଜଧାନୀ କଲମ୍ବୋରେ କାମ କରୁଛନ୍ତି। ରାଜଧାନୀର ପୋଶ ଅଞ୍ଚଳରେ ଏପରି ଅନେକ ମସାଜ କେନ୍ଦ୍ର ଅଛି ଯେଉଁଠାରେ ଦେହ ବ୍ୟବସାୟ ୨୪ ଘଣ୍ଟା ଚାଲିଛି ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri