୫ ଜିଲାର ୪୯୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର, ୭।୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟର ଚତୁର୍ଥ ଦିବସ ସୋମବାର ୫ ଜିଲାର ୪୯୦ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ କେନ୍ଦ୍ରାପଡ଼ା ଜିଲାର ୯୫ ହାଇସ୍କୁଲ, କଟକର ୧୩୫, କଳାହାଣ୍ଡିର ୧୦୦, ଝାରସୁଗୁଡ଼ାର ୭୦ ଓ ବରଗଡ଼ର ୯୦ ହାଇସ୍କୁଲ ଲୋକାର୍ପିତ ହୋଇଛି। ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମନରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି। ସ୍କୁଲ ରୂପାନ୍ତର ପିଲାଙ୍କ ସ୍ବପ୍ନ ଓ ସଫଳତା ମଧ୍ୟ୍ୟରେ ସେତୁ ପରି ହୋଇଛି।
ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ। ଏ ରୂପାନ୍ତର ଆମ ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢ଼ି ତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି। ଏହି ସୁଯୋଗର ଉପଯୋଗ କରି ଆଗକୁ ବଢ଼ିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା’ ଭିତରେ ଭରିରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ଼ କରିବାର ସ୍ବପ୍ନ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି। ତେଣୁ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଜୀବନର ଏହି ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍‌ ଭାବେ ଉପଯୋଗ କର ଏବଂ ନିଜ ପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡ଼ିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
ରୂପାନ୍ତରିତ ସ୍କୁଲ୍‌କୁ ଲୋକାର୍ପିତ କରିବା ସମୟରେ ପିଲାଙ୍କ ଖୁସି ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି। ସମସ୍ତେ ସ୍କୁଲ୍‌ର ନୂଆ ପରିବେଶରେ ବେଶ୍‌ ଖୁସି ହେବା ସହିତ ନିଜ ନିଜର ଭବିଷ୍ୟତକୁ ନେଇ ଗଭୀର ଆତ୍ମବିଶ୍ବାସର ସହ ଭାବନାକୁ ପ୍ରକାଶ କରିଛନ୍ତି। ଏହି ଅବସରରେ ଆଲୋଚନାରେ ଭାଗ ନେଇ କେନ୍ଦ୍ରାପଡ଼ାରୁ ଅନନ୍ୟା, କଟକରୁ ସାନିୟା, କଳାହାଣ୍ଡିରୁ ଶିବାନୀ, ଝାରସୁଗୁଡାରୁ ପ୍ରଭାସିନୀ ଓ ବରଗଡ଼ରୁ ପରିଣିତା ପ୍ରମୁଖ ଛାତ୍ରୀ ସେମାନଙ୍କ ବକ୍ତବ୍ୟରେ ସ୍କୁଲ ରୂପାନ୍ତର ଦ୍ୱାରା ସଫଳତା ଏବେ ସେମାନଙ୍କ ହାତମୁଠାରେ ବୋଲି ମତ ଦେଇଛନ୍ତି।
ଏ ରୂପାନ୍ତରର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜ୍‌ମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷୟିତ୍ରୀ ଶିକ୍ଷକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ। ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ମନ୍ତ୍ରୀ ନବକିଶୋର ଦାସ, ଭାଜପା ବିଧାୟକ ଧ୍ରୁବଚରଣ ସାହୁ, ବିଧାୟକ ଦେବୀପ୍ରସାଦ ମିଶ୍ର, କଳାହାଣ୍ଡି ଜିଲା ପରିଷଦ ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ ଓ ବିଧାୟକ ଦେବେଶ ଆଚାର୍ଯ୍ୟ ପ୍ରମୁଖ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଙ୍କ ୫-ଟି କାର୍ଯ୍ୟକ୍ରମ ଶିକ୍ଷାକ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ କରି ଗଢ଼ିତୋଳିବ ବୋଲି ମତ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ। ସୂଚନାଯୋଗ୍ୟ, ଦ୍ବିତୀୟ ପର୍ଯ୍ୟାୟରେ ଏ ପର୍ଯ୍ୟନ୍ତ ସମୁଦାୟ ୨୯୦୮ ହାଇସ୍କୁଲର ରୂପାନ୍ତରିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri