Posted inଖେଳ

ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଏମିତି ଉପଲବ୍ଧି ହାସଲ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୬:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ବ୍ୟାଟ୍‌ ହୁଏତ ପଡ଼ିଆରେ ଚାଲୁନାହିଁ, କିନ୍ତୁ ସେ ସୋସିଆଲ ମିଡିଆରେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ଇନଷ୍ଟାଗ୍ରାମରେ ପ୍ରଥମ କ୍ରିକେଟର ଭାବେ ତାଙ୍କ ଫଲୋଅର୍ସ ସଂଖ୍ୟା ୨୦୦ ମିଲିୟନରେ ପହଞ୍ଚିଛି। ଏପରି ଉପଲବ୍ଧି ମହେନ୍ଦ୍ର ସିଂ ଧୋନୀ ଏବଂ ରୋହିତ ଶର୍ମା ମଧ୍ୟ ହାସଲ କରିପାରି ନାହାନ୍ତି।
କୋହଲି ୨୦୦ ମିଲିୟନ କିମ୍ବା ଅଧିକ ଫଲୋଅର୍ସ ଥିବା ବିଶ୍ୱର ତୃତୀୟ ଆଥ୍‌ଲେଟ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ କେବଳ ପର୍ତ୍ତୁଗାଲର ତାରକା ଫୁଟବଲର୍‌ ତଥା ଅଧିନାୟକ କ୍ରିଷ୍ଟିଆନୋ ରୋନାଲଡୋ ଏବଂ ଆର୍ଜେଣ୍ଟିନାର ତାରକା ଫୁଟବଲର୍‌ ତଥା ଅଧିନାୟକ ଲିଓନେଲ ମେସି ତାଙ୍କ ଆଗରେ ଅଛନ୍ତି।
ଇନଷ୍ଟାଗ୍ରାମରେ ରୋନାଲଡୋଙ୍କର ୪୫୧ ନିୟୁତ ଫଲୋଅର୍ସ ଅଛନ୍ତି। ସେ ପ୍ରଥମ ଆଥଲେଟ ଭାବରେ ୪୦୦ ନିୟୁତ ଫଲୋଅର୍ସ ଟପିଥିଲେ। ମେସିଙ୍କର ୩୩୪ ନିୟୁତ ଫଲୋଅର୍ସ ଅଛନ୍ତି। ୨୦୦ ନିୟୁତ ଫଲୋଅର୍ସ ହେବା ପରେ ବିରାଟ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରୁ ଏକ ସ୍ବତନ୍ତ୍ର ଭିଡିଓ ଶେୟାର କରିଛନ୍ତି। ତାଙ୍କୁ ସମର୍ଥନ କରିଥିବାରୁ କୋହଲି ତାଙ୍କ ଫଲୋଅର୍ସଙ୍କୁ ଧନ୍ୟବାଦ ଜଣାଇଛନ୍ତି। କୋହଲି କହିଛନ୍ତି, ଆପଣ ସମସ୍ତଙ୍କୁ ଧନ୍ୟବାଦ। ସୋସିଆଲ ମିଡିଆ ହ୍ୟାଣ୍ଡେଲ ଫେସବୁକରେ ବିରାଟଙ୍କର ୪୯ ମିଲିୟନ ଫଲୋଅର୍ସ ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri