Posted inଖେଳ

ଭାରତ-ସିରିଆ ମ୍ୟାଚ ଡ୍ର

ଅହମ୍ମଦାବାଦ, ୧୭ା୭ (ପି.ଟି.)- ଭାରତ ଓ ସିରିଆ ମଧ୍ୟରେ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଅନ୍ତିମ ଲିଗ୍‌ ମ୍ୟାଚ ୧-୧ ଗୋଲ୍‌ରେ ବରାବର ଭାବେ ଶେଷ ହୋଇଛି। ସ୍ଥାନୀୟ ଇକେଏ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଏହି ମ୍ୟାଚର ୫୨ତମ ମିନିଟ୍‌ରେ ୧୮ବର୍ଷୀୟ ସେଣ୍ଟ୍ରାଲ ଫରଓ୍ବାର୍ଡ ନରେନ୍ଦର ଗେହଲଟ ଏକ ଗୋଲ ସ୍କୋର କରି ଭାରତକୁ ୧-୦ରେ ଅଗ୍ରଣୀ କରାଇଥିଲେ। କିନ୍ତୁ ସିରିଆ ତରଫରୁ ଫିରାସ ଅଲ୍‌ ଖାତିବ ୭୮ତମ ମିନିଟ୍‌ରେ ଏକ ଗୋଲ ଦେଇ ମ୍ୟାଚକୁ ୧-୧ ସ୍ଥିତିକୁ ନେଇ ଆସିଥିଲେ। ଏହି ଟୁର୍ନାମେଣ୍ଟରେ ଭାରତ ତାଜିକ୍‌ସ୍ତାନ ବିପକ୍ଷ ଏହାର ପ୍ରଥମ ମ୍ୟାଚ ୨-୪ ଏବଂ ଉତ୍ତର କୋରିଆ ବିପକ୍ଷରେ ୨-୫ ଗୋଲରେ ହାରିଯାଇଥିଲା। ମଙ୍ଗଳବାର ମ୍ୟାଚରେ ଗୋଟିଏ ପଏଣ୍ଟ ପାଇ ଦଳ ପଏଣ୍ଟ ଟେବୁଲର ସର୍ବନିମ୍ନ ସ୍ଥାନରେ ରହିଛି। ଭାରତ ଏହି ମ୍ୟାଚ ଡ୍ର’ ରଖିବା ଦ୍ୱାରା ସିରିଆର ଫାଇନାଲ ଖେଳିବା ଆଶା ଧୂଳିସାତ୍‌ ହୋଇଯାଇଛି। ଫାଇନାଲ ପାଇଁ ଯୋଗ୍ୟତା ହାସଲ ଲାଗି ଏହି ପଶ୍ଚିମ ଏସୀୟ ଦେଶକୁ ଗୋଟିଏ ବିଜୟ ଆବଶ୍ୟକ ପଡ଼ୁଥିଲା। ମତ୍ର ଦଳ ୩ଟି ମ୍ୟାଚରୁ ୪ ପଏଣ୍ଟ ସହ ଟେବୁଲରେ ତୃତୀୟ ସ୍ଥାରେ ରହିଥିଲା। ଅନ୍ୟପକ୍ଷରେ ତାଜିକ୍‌ସ୍ତାନ ଉତ୍ତର କୋରିଆ ପ୍ରତ୍ୟେକ ତିନୋଟି ମ୍ୟାଚରୁ ୬ ପଏଣ୍ଟ ଲେଖାଏଁ ହାସଲ କରି ଶନିବାର ଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ଭାରତ ଗତବର୍ଷ ଟୁର୍ନାମେଣ୍ଟର ଉଦ୍‌ଘାଟନୀ ସଂସ୍କରଣର ଚାମ୍ପିୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri