ପାଣି ପାଇଁ ଲୋକେ ହଟହଟା

ବୁଗୁଡ଼ା,୯ା୬(ଡି.ଏନ.ଏ.): ବୁଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦୂରୀକରଣ ନିମନ୍ତେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ସୋଲାର ପାନୀୟ ଜଳ ପ୍ରକଳ୍ପ ସ୍ଥାପନ କରାଯାଇଛି। ତେବେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ କେଉଁଠି କେଉଁଠି ସୋଲାର ଯନ୍ତ୍ରାଂଶ ଖରାପ ହୋଇପଡ଼ିଥିବା ବେଳେ ଆଉ କେଉଁଠି ମଟର ଚାଲୁ ନାହିଁ ତ କେଉଁଠି କଚ୍ଛପ ଗତିରେ ତିନି ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇ ନଥିବାରୁ ଲୋକେ ପାଣି ଟୋପେ ପାଇବା ପାଇଁ ଡହଳ ବିକଳ ହେଉଥିବା ଅଭିଯୋଗ ହେଉଛି। ଯାହାର ଏକ ଜ୍ୱଳନ୍ତ ଦୃଷ୍ଟାନ୍ତ ଦୃଶ୍ୟମାନ ହେଉଛି ବୁଗୁଡ଼ା ବ୍ଲକ ଖୋଳଖାଳି ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ। ଲୋକଙ୍କ ପାନୀୟ ଜଳ ସମସ୍ୟା ଦୂର କରିବା ପାଇଁ ଗାଁ ଶେଷ ମୁଣ୍ଡରେ ଗତ ତିନି ବର୍ଷ ହେଲା ଏକ ସୋଲାର ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହୋଇଥିଲେ ମଧ୍ୟ ଏ ଯାଏ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ସେବେଠାରୁ ଗ୍ରାମର ୫୦ ପରିବାରର ପ୍ରାୟ ୩୦୦ ଲୋକ ଜଳ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗ୍ରାମରେ ଥିବା ସୋଲାର ପ୍ରକଳ୍ପଟି ପ୍ରାୟ ୩ ବର୍ଷ ହେଲା କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଫଳରେ ଗ୍ରାମ ମଧ୍ୟରେ ଥିବା ଏକ ପଥର କୂଅରୁ ପ୍ରାୟ ୪୦ ଫୁଟରୁ ପାଣି ବାହାର କରୁଛନ୍ତି ତାହା ପୁଣି ଗୋଳିଆ ପାଣି। ପଞ୍ଚାୟତ ନିର୍ବାଚନ ସରିବାର ୩ ମାସ ବିତିଯାଇଥିଲେ ମଧ୍ୟ ସ୍ଥାନୀୟ ପ୍ରଶାସନ ଏବଂ ଜନପ୍ରତିନିଧିମାନଙ୍କ ଦୃଷ୍ଟି ଆଢୁଆଳରେ ତାହା ରହିଯାଇଛି। ତେଣୁ ସାଧାରଣରେ ପ୍ରଶ୍ନ ଉଠୁଛି ଯେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କାହା ସ୍ବାର୍ଥ ପାଇଁ ଏପରି ଅକାମୀ ପାନୀୟ ଜଳ ପ୍ରକଳ୍ପ କରାଯାଇଛି। ଏହି ସୋଲାର ପ୍ରକଳ୍ପ ସମସ୍ୟା ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ସୁଦ୍ଧା ତାହାର କୌଣସି ପ୍ରତିକାର ବ୍ୟବସ୍ଥା ଅଦ୍ୟାବଧି ହୋଇପାରିନାହିଁ। ତେବେ ଅସହ୍ୟ ଗ୍ରୀଷ୍ମ କାଳରେ ଜଳାଭାବ ସମସ୍ୟାରେ ଆଉଟୁପାଉଟୁ ହେଉଥିବା ଲୋକଙ୍କ ହିତକୁ ଗୁରୁତ୍ୱ ଦେଇ ଅବିଳମ୍ବେ ସେହି ସୋଲାର ପ୍ରକଳ୍ପଟିକୁ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ମୀପୁର ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri