ଗଞ୍ଜେଇ ଭର୍ତ୍ତି ଟ୍ରକ୍‌ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୯ା୬: ବ୍ରହ୍ମପୁର ଗଞ୍ଜେଇ ଚାଲାଣର ହବ୍‌ ହୋଇଛିି। ଗଜପତି ଓ କନ୍ଧମାଳରୁ ଗଞ୍ଜେଇ ଆଣି ବ୍ରହ୍ମପୁର ଦେଇ ବାହାର ରାଜ୍ୟକୁ ଚାଲାଣ ହେଉଛି। ଗଞ୍ଜେଇ ଚାଲାଣ ରାକେଟକୁ ଟ୍ରାକ୍‌ କରୁଥିବା ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗ ପୁଣିଥରେ ବୁଧବାର ଏକ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ଫାଷ୍ଟଗେଟ ଆମ୍ବଗଡ ଛକରେ ଚଢ଼ାଉ କରି ୨୧୭ କେଜି ଗଞ୍ଜେଇ ଜବତ କରିଛି। ଏହା ସହିତ ଚାଲାଣରେ ବ୍ୟବହୃତ ଟ୍ରକ୍‌ ମଧ୍ୟ ଜବତ କରାଯାଇଛି। ଗଜପତି ଜିଲାରୁ ବ୍ରହ୍ମପୁର ଦେଇ ଉତ୍ତରପ୍ରଦେଶକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ବିଭାଗକୁ ଖବର ମିଳିଥିଲା। ଏଣୁ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗର ଏକ ଟିମ୍‌ ଆମ୍ବଗଡ ଛକରେ ଛକି ରହିଥିଲା। ଦ୍ରୁତଗତିରେ ଆସୁଥିବା ଏକ ଟ୍ରକକୁ ସନ୍ଦେହରେ ଅଟକାଇ ଯାଞ୍ଚ କରାଯାଇଥିଲା। ଯାଞ୍ଚ ପରେ ଏଥିରେ ଭର୍ତ୍ତି ହୋଇ ରହିଥିବା ୨୧୭ କେଜି ଗଞ୍ଜେଇ ଜବତ କରିଥିଲା। ଟ୍ରକ ଡ୍ରାଇଭର ଉତ୍ତରପ୍ରଦେଶ ପିଲିଭିତ ଗ୍ରାମର ସଲାମତ ଶାହା (୩୫)ଙ୍କୁ ଗିରଫ କରିଥିଲା। ଜବତ ଗଞ୍ଜେଇ ଓ ଟ୍ରକର ଆନୁମାନିକ ମୂଲ୍ୟ ପ୍ରାୟ ୩୦ଲକ୍ଷ ୫୦ଟଙ୍କା ହେବ ବୋଲି ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗ ଡେପୁଟି କମିଶନର ରାଜେନ୍ଦ୍ର କୁମାର ଭତ୍ରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri