ଅନୁଗୋଳ ଅଫିସ, ୧୭।୭-ଅନୁଗୋଳ ରେଳ ଷ୍ଟେଶନରେ ଟ୍ରେନ୍କୁ ଅପେକ୍ଷା କରିଥିବା ଜନୈକା ମହିଳାଙ୍କୁ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ସୋମବାର ବିଳମ୍ବିତ ରାତିରେ ଦୁର୍ବ୍ୟବହାର କରିବା ସହ ତାଙ୍କଠାରୁ ଟଙ୍କା ଲୁଟି ନେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ଷ୍ଟେଶନରେ ଥିବା ଅନ୍ୟ ଲୋକମାନେ ସମ୍ପୃକ୍ତ ଯୁବକଙ୍କୁ ଧରି ମାଡ଼ ମାରିବା ପରେ ଆର୍ପିଏଫ୍କୁ ହସ୍ତାନ୍ତର କରିଥିଲେ। ଏ ନେଇ ଷ୍ଟେଶନରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା। ମହିଳା ଜଣକ ଜିଲା ବାହାରର ହୋଇଥିବାରୁ ସେ ଘଟଣା ସମ୍ପର୍କରେ ଅଭିଯୋଗ ନ କରିବାରୁ ଆରପିଏଫ୍ ଅଟକ ଯୁବକଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁଯାୟୀ, ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମହିଳା ଜଣକ ଚିକିତ୍ସା ପାଇଁ ଆସିଥିଲେ। ମେଡିକାଲରୁ ଡିସ୍ଚାର୍ଜ ପରେ ସେ ଘରକୁ ଫେରିବାକୁ ସ୍ବାମୀଙ୍କ ସହ ଷ୍ଟେଶନରେ ଟ୍ରେନ୍କୁ ଅପେକ୍ଷା କରିଥିଲେ। ସେ ମହିଳା ପ୍ରତୀକ୍ଷାଳୟରେ ଶୋଇଥିବା ବେଳେ ତାଙ୍କ ସ୍ବାମୀ ପ୍ଲାଟଫର୍ମରେ ବସିଥିଲେ। ରାତି ପ୍ରାୟ ସାଢ଼େ ଗୋଟାଏରେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ସମ୍ପୃକ୍ତା ମହିଳାଙ୍କୁ ଦୁର୍ବ୍ୟବହାର କରିଥିଲେ। ମହିଳା ଜଣକ ପାଟି କରିବାରୁ ଯୁବକ ଜଣଙ୍କ ଏକ ପଲିଥିନ୍ ବ୍ୟାଗ ନେଇ ଦୌଡ଼ି ପଳାଇଥିଲେ। ପ୍ଲାଟଫର୍ମରେ ଥିବା ଲୋକମାନେ ଯୁବକଙ୍କୁ କାବୁ କରିବା ସହ ମାଡ଼ ମାରି ଆର୍ପିଏଫ୍କୁ ହସ୍ତାନ୍ତର କରିଥିଲେ। ରେଳବାଇ ଥାନାରେ ଅଭିଯୋଗ କରିବାକୁ ମହିଳା ଜଣଙ୍କୁ ବୁଝାଶୁଝା କରାଯାଇଥିଲେ ବି ସେ ଅଭିଯୋଗ ନ କରିବାରୁ ଯୁବକ ଜଣଙ୍କୁ ଦୀର୍ଘ ସମୟ ଅଟକ ରଖିବା ପରେ ଛାଡ଼ି ଦିଆଯାଇଥିବା ଆରପିଏଫ୍ ଅଧିକାରୀ ପ୍ରବୀର କୁମାର ମହାନ୍ତି ପ୍ରକାଶ କରିଛନ୍ତି।
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
Archives


