ପ୍ରଚଣ୍ଡ ତାତି, ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ସବୁଠି ପ୍ରଚଣ୍ଡ ଗ୍ରୀଷ୍ମ ସହ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ରାଜ୍ୟର ୧୫ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିଥିବା ବେଳେ ୫ଟି ସ୍ଥାନରେ ୪୩ ଡିଗ୍ରୀ ସେଲସିୟସ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ମୁତାବକ ବଲାଙ୍ଗୀରରେ ୪୫. ୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୫. ୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ବୌଦ୍ଧ ୪୪, ବରଗଡ଼ ୪୨. ୬ , ନୂଆପଡ଼ା, ୪୨.୪, ଦେବଗଡ଼ ୪୧.୨, ନବରଙ୍ଗପୁର ୪୦, ଝାରସୁଗୁଡ଼ା ୪୨. ୭, ସମ୍ବଲପୁର ୪୨, ସୁନ୍ଦରଗଡ଼ ୪୨, ହୀରାକୁଦ ୪୧.୩, ଭବାନୀପାଟଣା ୪୩. ୫, ମାଲକାନଗିରିରେ ୪୩,ସୋନପୁର ୪୧.୫ ଏବଂ ବାରିପଦାରେ ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଓଡ଼ିଶାର ଅନ୍ୟାନ୍ୟ ସ୍ଥାନଗୁଡ଼ିକରେ ମଧ୍ୟ ତାପମାତ୍ରା ସାଧାରଣ ଲୋକଙ୍କୁ ଅସହ୍ୟ କରିଛି। ଆସନ୍ତା ୧୨ ଯାଏ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୋନପୁର, କଳାହାଣ୍ଡି, ନୂଆପଡ଼ା, ବୌଦ୍ଧ ଆଦି ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri