ସୁରକ୍ଷା ଦେଇପାରୁନାହାନ୍ତି ସରକାର

ବଇଣ୍ଡା,୧୨।୬(ଡି.ଏନ.ଏ.) ଗଛ କଟା ବିରୋଧରେ ଏବେ ସବୁଠି ଶାଣିତ ହେଉଛି ସ୍ବର। ପରିବେଶ ସୁରକ୍ଷାକୁ ପ୍ରାଥମିକତା ଦେବାକୁ ସମସ୍ତେ କରୁଛନ୍ତି ଦାବି। ଚାରା ରୋପଣରେ ଅଟକି ନ ଯାଇ ତାହାକୁ ବଞ୍ଚାଇବା ଉପରେ ଗୁରୁତ୍ୱ ଦେବାକୁ କରାଯାଉଛି ସଚେତନ। ହେଲେ ଅନୁଗୋଳ ଜିଲା ହଣ୍ଡପା ରେଞ୍ଜ ପେଡିପଥର ସେକ୍ସନ ଅଧୀନରେ ଥିବା ରାଇନାଳୀ ଜଙ୍ଗଲରୁ ଦୈନିକ ମୂଲ୍ୟବାନ ଗଛ କଟାଯାଇ ଚୋରା ଚାଲାଣ ହେଉଥିଲେ ମଧ୍ୟ ବନ ବିଭାଗ ତାହାକୁ ରୋକିପାରୁ ନାହିଁ। କାଠ ମାଫିଆମାନେ କ୍ୟାମ୍ପ କରି ଶତାଧିକ ଗଛ କାଟି ନେଉଥିବାରୁ ଏହି ଜଙ୍ଗଲ ପ୍ରତି ବିପଦ ସୃଷ୍ଟି ହୋଇଛି। ରାଇନାଳୀ ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ସତ୍ତ୍ୱେ ଜଙ୍ଗଲର ସୁରକ୍ଷା ଦିଗରେ ସରକାରଙ୍କ ପକ୍ଷରୁ ଯଥେଷ୍ଟ ଧ୍ୟାନ ଦିଆଯାଉ ନ ଥିବା ଅଭିଯୋଗ ହେଉଛି। ତୁରନ୍ତ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ଗ୍ରାମବାସୀ ଗୁରୁବାର ଅନୁଗୋଳ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଗ୍ରାମବାସୀଙ୍କ କହିବା ଅନୁଯାୟୀ, ଆଠମଲ୍ଲିକ ଉପଖଣ୍ଡର ଅନେକ ଅଞ୍ଚଳ ଘଞ୍ଚ ଜଙ୍ଗଲରେ ପରିପୂର୍ଣ୍ଣ। ହଣ୍ଡପା ରେଞ୍ଜରେ ଥିବା ରାଇନାଳୀ ଜଙ୍ଗଲରେ ବହୁ ମୂଲ୍ୟବାନ ଗଛ ରହିଛି। ୧୯୮୮ ମସିହାରେ ବନ ବିଭାଗ ପକ୍ଷରୁ ଏଠାରେ ୮ ହଜାର ୬୦୦ ଶାଗୁଆନ, ଶାଳ, ଶିଶୁ ଗଛ ଲଗାଯାଇଥିଲା। ଏହି ଗଛଗୁଡିକ ବଡ ହୋଇଯାଇଥିବାରୁ ଏହା ଉପରେ କାଠ ମାଫିଆଙ୍କ ନଜର ପଡ଼ିଛି। ସେମାନେ ରାତିରେ ଜଙ୍ଗଲରେ ଅସ୍ଥାୟୀ କ୍ୟାମ୍ପ କରି ଦାମୀ ଗଛଗୁଡିକୁ କଟରରେ କାଟି ଅନ୍ୟ ସ୍ଥାନରେ ଲୁଚାଇ ରଖୁଛନ୍ତି। ପରେ ତାହାକୁ ପଟା କରି ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଚାଲାଣ କରୁଛନ୍ତି। ଅନେକ ସମୟରେ ନାମୀଦାମୀ ଗାଡ଼ିରେ ଏହି ଚୋରା କାଠ, ପଟା ଚାଲାଣ କରାଯାଉଥିଲେ ମଧ୍ୟ ବନ ବିଭାଗ ପକ୍ଷରୁ ସେପରି ପଦକ୍ଷେପ ନିଆଯାଉ ନାହିଁ। ଏ ପରିକି ବନ କର୍ମଚାରୀମାନେ ରାତିରେ ଠିକ୍‌ ଭାବେ ପାଟ୍ରୋଲିଂ କରୁନାହାନ୍ତି। ସୁରକ୍ଷା କ୍ଷେତ୍ରରେ ବନ ବିଭାଗର ଏପରି ଅବହେଳାର ସୁଯୋଗ ନେଇ କାଠ ମାଫିଆମାନେ ସେମାନଙ୍କ କାର୍ଯ୍ୟକଳାପକୁ ଜୋର୍‌ଦାର କରିଛନ୍ତି। କେତେଜଣ ମାଫିଆ ବନ ବିଭାଗର କେତେଜଣ ତଳିଆ କର୍ମଚାରୀଙ୍କୁ ହାତ କରି ନିର୍ଭୟରେ କାରବାର ଚଳାଇଛନ୍ତି। ଦୀର୍ଘଦିନ ହେଲା ଚାଲିଥିବା ଅବାଧ କାଠ ଚାଲାଣକୁ ରୋକା ନ ଗଲେ ଆଗାମୀ ଦିନରେ ଏହି ଜଙ୍ଗଲ ଧ୍ବଂସ ପାଇଯିବ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

ଚାଷୀ ଆନ୍ଦୋଳନକୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ: ବିରୋଧୀଙ୍କୁ ଦେଲେ କଡ଼ା ଜବାବ

ଭୁବନେଶ୍ୱର,୧୬।୧୨: ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳୁନାହିଁ ଟୋକନ। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖାଦେଇଛି। ଏଭଳିସ୍ଥତିରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri