୩ ବର୍ଷ ମଧ୍ୟରେ ନିଯୁକ୍ତ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ହେବ

ଭୁବନେଶ୍ୱର, ୧୪।୬(ବ୍ୟୁରୋ): ରାଜ୍ୟରେ ନକଲି ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିଲାଗି ଗତ ୩ବର୍ଷ ମଧ୍ୟରେ ନିଯୁକ୍ତି ପାଇଥିବା ସମସ୍ତ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଯାଞ୍ଚ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସୋମବାର ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି, ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ।
ବୈଠକର ନିଷ୍ପତ୍ତି ଅନୁଯାୟୀ ଗତ ତିନିବର୍ଷ ମଧ୍ୟରେ ନିଯୁକ୍ତି ପାଇଥିବା ସମସ୍ତ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଏବଂ ପ୍ରମାଣପତ୍ର ଯାଞ୍ଚ କରାଯିବ। ରାଜ୍ୟ ବାହାରର ବିଶ୍ୱବିଦ୍ୟାଳୟ ଏବଂ ସମ୍ପୃକ୍ତ ରାଜ୍ୟର ଶିକ୍ଷା ବିଭାଗକୁ ଏ ସମ୍ପର୍କରେ ଯାଞ୍ଚ ଲାଗି ଚିଠି ଲେଖାଯିବ। ଆବଶ୍ୟକ ପଡ଼ିଲେ ଯାଞ୍ଚ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ସ୍ବତନ୍ତ୍ର ଅଧିକାରୀଙ୍କୁ ରାଜ୍ୟ ବାହାରର ବିଶ୍ୱବିଦ୍ୟାଳୟକୁ ପଠାଯିବ। ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦରେ ଚଳିତ ବର୍ଷରୁ ଡିଜିଲକ୍‌ ବ୍ୟବସ୍ଥା ପ୍ରଚଳନ କରାଯିବ। ଦୁଇଟି ପରିଷଦର ସମସ୍ତ ସାର୍ଟିଫିକେଟ୍‌କୁ ଡିଜିଟାଇଜେଶନ୍‌ କରାଯିବ। ଏଥିପାଇଁ ଆଇଟି ବିଭାଗର ସଚିବଙ୍କୁ ପତ୍ର ଲେଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଦ୍ୱାରା ସମସ୍ତ ଶିକ୍ଷକଙ୍କ ଡାଟାବେସ୍‌ ପ୍ରସ୍ତୁତ କରାଯିବ। ସମସ୍ତ ମାମଲାର ତୁରନ୍ତ ଫଇସଲା ପାଇଁ ପଦକ୍ଷେପ ନିଆଯିବା ସହିତ ଏଫ୍‌ଆଇଆର୍‌ ଦାଖଲ କରାଯିବ। ଏଥିସହ ଚିହ୍ନଟ ଶିକ୍ଷକମାନଙ୍କଠାରୁ ଦରମା ଅର୍ଥ ଅସୁଲ କରିବା ପାଇଁ ଚିଠି ଲେଖାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri