ବିଧାନସଭାରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ: ଜମିବାଡ଼ି ବିବାଦରୁ ଘଟିଛି ପୁରୀ ଟ୍ରିପଲ୍‌ ମର୍ଡର

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଦୀର୍ଘଦିନର ଜମିବାଡି ବିବାଦ ଘଟଣାରୁ ପୁରୀ ଟ୍ରିପଲ୍‌ ମର୍ଡର ହୋଇଛି। ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ବିଧାନସଭାରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ବାଚସ୍ପତିଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଅପରାହ୍ନରେ ଗୃହରେ ପୁରୀ ଜିଲାର ସଦାନନ୍ଦପୁର ଗ୍ରାମରେ ହୋଇଥିବା ହତ୍ୟାକାଣ୍ଡ ସମ୍ପର୍କରେ ବିବୃତି ଦେଇ କହିଛନ୍ତି ଯେ ୨୦୧୯ ଜୁଲାଇ ୧୪ ତାରିଖରେ ୩ ଜଣଙ୍କୁ ହତ୍ୟା କରାଯିବା ଘଟଣା ଦୁର୍ଭାଗ୍ୟଜନକ। ଏହି ନେଇ ସତ୍ୟବାଦୀ ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହାକୁ ଅତି ଗୁରୁତର ସହ ନେଇ ତଦନ୍ତ ଜାରି ରଖିଛି। ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଆତ୍ମଗୋପନ କରିଥିବା ଅନ୍ୟମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବାକୁ ଚଢାଉ ଜାରି ରହିଛି। ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ମୃତକ ଏବଂ ଅଭିଯୁକ୍ତ ଗୋଟିଏ ଅଞ୍ଚଳରେ ବାସ କରନ୍ତି ଏବଂ ସେମାନେ ଦୂର ସମ୍ପର୍କୀୟ। ଦୀର୍ଘ ଦିନର ଜମିବାଡି ବିବାଦ ମାମଲାକୁ ନେଇ ସେମାନଙ୍କ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା। ଏହାକୁ ନେଇ ହତ୍ୟାକାଣ୍ଡ ଘଟିଛି। ପୋଲିସ ଏନେଇ ତ୍ୱରିତ ପଦକ୍ଷେପ ନେଇ ଅଭିଯୁକ୍ତଙ୍କୁ ଗିରଫ କରି ପାରିଛି। ଏଥିସହିତ ସଂଗଠିତ ଅପରାଧକୁ ରୋକିବାକୁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ଡ୍ରାଇଭ କରାଯାଉଛି। ରାଜ୍ୟରେ ଆଇନଶୃଙ୍ଖଳା ଠିକ୍‌ ଅଛି। ରାଜ୍ୟରେ ଶାନ୍ତି ରହିଛି। ମାଓବାଦୀ ଦମନ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି ହୋଇଛି। ଉପଯୁକ୍ତ ସୁରକ୍ଷା କାରଣରୁ ରାଜ୍ୟରେ ଗତ ସାଧାରଣ ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ବାତ୍ୟା ଫନୀ ବେଳେ ପୋଲିସ କେବଳ ଆଇନ ଶୃଙ୍ଖଳା ଦାୟିତ୍ୱ ତୁଲାଇ ନ ଥିଲା ପ୍ରଭାବିତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟରେ ସହଯୋଗର ହାତ ବଢାଇଥିଲା। ରାଜ୍ୟରେ ଲୋକମାନଙ୍କ ଧନଜୀବନ ସୁରକ୍ଷା ଦେବା ଏବଂ ଆଇନ ଶୃଙ୍ଖଳା ବଜାୟ ରଖିବା ମୋ ସରକାର ବଦ୍ଧ ପରିକର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏଠାରେ ସୂଚନାଯୋଗ୍ୟ, ପୁରୀ ଜିଲାରେ ଟ୍ରିପଲ୍‌ ମର୍ଡର କେସ,କେନ୍ଦ୍ରାପଡା ଗୁଳିକାଣ୍ଡ ଏବଂ ଅନ୍ୟାନ୍ୟ ଘଟଣାକୁ ନେଇ ବିରୋଧୀ ଦଳ ସୋମବାର ବିଧାନସଭାରେ ହଙ୍ଗାମା କରିଥିଲେ। ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ପଡିଛି। ମୁଖ୍ୟମନ୍ତ୍ରୀ ଏ ନେଇ ବିବୃତି ଦିଅନ୍ତୁ ବୋଲି ଉଭୟ ଭାଜପା ଓ କଂଗ୍ରେସ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri