ଆଜି ବାଲେଶ୍ୱର ବନ୍ଦ

ବାଲେଶ୍ୱର ଅଫିସ,୧୬।୬: ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତିବାଦରେ ଗୁରୁବାର ବିଭିନ୍ନ ସଂଗଠନ ପକ୍ଷରୁ ବାଲେଶ୍ୱର ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ କରାଯାଇଛି। ଦିବାଲୋକରେ ଚୋରି, ରାହାଜାନି ସହ ଗୁଳିକାଣ୍ଡ ଯୋଗୁ ଜନସାଧାରଣ ଆତଙ୍କିତ ହୋଇପଡିଛନ୍ତି। ରାହାଜାନି ଓ ଆତଙ୍କ ଆଜି ଏ ସ୍ତରରେ ପହଞ୍ଚିଛି ଅପରାଧୀମାନେ ମନଇଚ୍ଛା ଲୁଟ କରୁଛନ୍ତି। ଏପରି ଘଡିସନ୍ଧି ମୁହୂର୍ତ୍ତରେ ପୋଲିସ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି। ପୋଲିସ ପ୍ରଶାସନର ଏପରି ନିଷ୍କ୍ରିୟତାକୁ ବିରୋଧ କରି ପ୍ରାୟ ୬୨ଟି ସଂଗଠନ ପକ୍ଷରୁ ଆଜି ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ବାଲେଶ୍ୱର ବନ୍ଦ ପାଳନ କରିଛନ୍ତି। ବନ୍ଦ ଯୋଗୁ ଆଜି ସକାଳୁ ସହରରେ ଦୋକାନ ବଜାର ବନ୍ଦ ଥିବା ବେଳେ ଗାଡ଼ି ଚଳାଚଳ ଠପ ହୋଇଯାଇଛି ।
ବାଲେଶ୍ୱରରେ ବିଷାକ୍ତ ନିଶା କାରବାର ଯୁବ ସମାଜକୁ ବିପଥଗାମୀ କରିଚାଲିଛି। ଜିଲାରେ ନିର୍ଦ୍ଦିଷ୍ଟ କେତେକ ଥାନା ଅଧିକାରୀ ନିଶା କାରାବାରରେ ଜଡିତ ରହି ବର୍ଷ ବର୍ଷ ଧରି ଫେରାର ଅଛନ୍ତି। ପୋଲିସ ଏହି ଅଭିଯୁକ୍ତ ଅଧିକାରୀଙ୍କୁ ଧରୁ ନାହିଁ। ଏଠାରେ ଆଇନର ଶାସନ ନାହିଁ। ବାଲେଶ୍ୱର ସହରର ଜଣେ ଥାନା ଅଧିକାରୀ ଲାଞ୍ଚ ମାମଲାରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲରେ ଅଛନ୍ତି। ଆଇନ ଶୃଙ୍ଖଳା ସୁଧାର କରିବା ପାଇଁ ଉଭୟ ସରକାର ପଦକ୍ଷେପ ନେବା ଦିଗରେ ପୂର୍ବାହ୍ନ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବାଲେଶ୍ୱର ବନ୍ଦ ପାଇଁ ବାଲେଶ୍ୱର ସିଭିଲ୍‌ ସୋସାଇଟି, ଦି ବାର୍‌ ଆସୋସିଏଶନ୍‌ ଅଫ୍‌ ବାଲେଶ୍ୱର, ବରିଷ୍ଠ ନାଗରିକ ମଞ୍ଚ, ବାଲେଶ୍ୱର ପଥ ବିକ୍ରେତା ସଂଘ, ଏଆଇଟିୟୁସି, ସିଆଇଟିୟୁ, ଆଇଏନ୍‌ଟିୟୁସି, ଟିୟୁସିସି ସମେତ ବିଭିନ୍ନ ଶ୍ରମିକ ସଂଗଠନ, ବାମପନ୍ଥୀ ଓ କଂଗ୍ରେସ ସମେତ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ, ବାଲେଶ୍ୱର ବ୍ୟବସାୟୀ ସଂଘ, ପେଟ୍ରୋଲ ପମ୍ପ ସଂଘ, ବାଲେଶ୍ୱର ଚାମ୍ବର ଅଫ୍‌ କମର୍ସ ସମେତ ଅନେକ ଗଣ ସଂଗଠନ ପକ୍ଷରୁ ଏହି ସାମୂହିକ ପ୍ରତିବାଦରେ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri