ଭୂତକୋଠି ପାଲଟିଛି ଛାତ୍ରାବାସ

ନୂଆପଡ଼ା ଅଫିସ, ୧୬।୬ – ନୂଆପଡା ଜିଲା କୋମନା ବ୍ଲକ ସୁନାବେଡା ଅଭୟାରଣ୍ୟରେ ଚକୋଟିଆ ଭୁଞ୍ଜିଆ ନାମକ ଆଦିମ ଆଦିବାସୀ ସମ୍ପ୍ରଦାୟର ଲୋକେ ବାସ କରନ୍ତି। ଏହି ସମ୍ପ୍ରଦାୟଙ୍କୁ ମୁଖ୍ୟ ସ୍ରୋତକୁ ଆଣିବା ପାଇଁ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ଦ୍ୱାରା ଏକ ସ୍ବତନ୍ତ୍ର ଉନ୍ନୟନ ସଂସ୍ଥା ଚକୋଟିଆ ଭୂଞ୍ଜିଆ ଉନ୍ନୟନ ସଂସ୍ଥା କାର୍ଯ୍ୟକାରୀ କରୁଛି। ଏହି ସଂସ୍ଥା ପକ୍ଷରୁ ଏଠାକାର ଛାତ୍ରୀଛାତ୍ରମାନଙ୍କୁ ଉଚ୍ଚ ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଅଭୟାରଣ୍ୟ ସାଲେପଡାଠାରେ ଏକ ସ୍ବତନ୍ତ୍ର ବିଦ୍ୟାଳୟ ଖୋଲାଯାଇଥିଲା। ଯାହା ସ୍ବତନ୍ତ୍ର ଉନ୍ନୟନ ସଂସ୍ଥା ଦ୍ୱାରା ପରିଚାଳିତ ହେଉଥିଲା। ବର୍ତ୍ତମାନ ଏହା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଭାଗକୁ ହସ୍ତାନ୍ତର କରାଯାଇଛି। ଏହା ଏକ ଆବାସିକ ବିଦ୍ୟାଳୟ ହୋଇଥିବାରୁ ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ଛାତ୍ରୀଛାତ୍ର ନିବାସ ନିର୍ମାଣ କରାଯାଇଛି। ଏହି ଛାତ୍ରୀଛାତ୍ରାବାସ ବ୍ୟବହାର ହୋଇ ନ ଥିବାରୁ ଏବେ ଭୁତକୋଠି ପାଲଟିଛି। ଏହାର କାରଣ ଉକ୍ତ କୋଠାରେ ପାନୀୟ ଜଳର ବ୍ୟବସ୍ଥା ନାହିଁ। ବିଭାଗୀୟ ଅଧିକାରୀମାନଙ୍କ କହିବା ମୁତାବକ ସେଠାରେ ନଳକୂପ ଖନନ କଲେ ମଧ୍ୟ ତାହା ସୁଫଳ ମିଳୁନାହିଁ। ଏପରିକି ନଳକୂପ ଖନନ କରାଯାଇଥିଲେ ମଧ୍ୟ ପାଣି ବାହାରୁ ନାହିଁ। ଏହାକୁ ନେଇ ସମ୍ପ୍ରତି ନୂଆପଡା ଗସ୍ତରେ ଥିବା ଯୋଜନା ଏବଂ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ସମୀକ୍ଷା ବୈଠକରେ ଉଦବେଗ ପ୍ରକାଶ କରିଥିଲେ। ବାରମ୍ବାର ପରିସରରେ ମଧ୍ୟ ନଳକୂପ ଖନନ କରି ଅର୍ଥ ଖର୍ଚ୍ଚ କରିବା ପରିବର୍ତ୍ତେ ଜନବସତିଠାରେ ନଳକୂପ ଖନନ କରି ପାଇପ ଯୋଗେ ଛାତ୍ର ନିବାସକୁ ସଂଯୋଗ କରାଗଲେ, ଉକ୍ତ ଛାତ୍ର ନିବାସ କେବେଠାରୁ କାର୍ଯ୍ୟକ୍ଷମ ହୋଇପାରନ୍ତା ଓ ସରକାରୀ ଅର୍ଥ ନଷ୍ଟ ହୋଇ ନ ଥାନ୍ତା। ଏ ନେଇ ସରକାରୀ ଅଧିକାରୀମାନେ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri