ଚୋରି ହୋଇଗଲା ବିବାହ ପାଇଁ ରଖିଥିବା ପିତଳ, କଂସା ବାସନ

ବ୍ରହ୍ମପୁର ଅଫିସ,୧୬।୬: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅଧୀନ ରାମନଗର ତୃତୀୟ ଲାଇନରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରୁ ୩ ବସ୍ତା ପିତଳ ଓ କଂସା ବାସନ ଚୋରି ହୋଇଛି। ଏନେଇ ବୈଦ୍ୟନାଥପୁର ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲା(ନଂ.୧୯୦/୨୨) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

ଅଭିଯୋଗ ମୁତାବକ, ରାମନଗର ତୃତୀୟ ଲାଇନରେ ରହୁଥିବା କାନ୍ତା ମିଶ୍ରଙ୍କ ଝିଅ ବାହାଘର ଥିବା ବେଳେ ଘରର ରଙ୍ଗ କାମ ଆରମ୍ଭ କରିଥିଲେ। ଏନେଇ ସେ ଆଙ୍କୁଲି ବୃନ୍ଦାବନନଗର ଅଞ୍ଚଳର ୨ଜଣ ଯୁବକଙ୍କୁ ନିୟୋଜିତ କରିଥିଲେ। ଏହି ୨ ଯୁବକ ସମ୍ପୃକ୍ତ ଘରେ ପ୍ରତ୍ୟେକ ଦିନ ରଙ୍ଗ କରିବାକୁ ଆସି କାନ୍ତାଙ୍କଠାରୁ ଚାବି ନେଇ କାମ ସରିବା ପରେ ପୁଣି ଥରେ ଚାବି ଫେରାଇ ଦେଉଥିଲେ। ହେଲେ ୧୦ ଦିନ ହେଲା ଏହି ଦୁଇ ଯୁବକ ଆଉ ରଙ୍ଗ କରିବାକୁ ଆସୁନାହାନ୍ତି। ଏଣୁ ଉକ୍ତ ଘରର ବଳକା କାମ ପାଇଁ ସେ ଅନ୍ୟ ଶ୍ରମିକଙ୍କୁ ଲଗାଇ ଶେଷ କରିଥିଲେ। ତେବେ ଉକ୍ତ ଘରେ ଝିଅ ବାହାଘର ପାଇଁ ୩ଟି ବସ୍ତାରେ ରଖାଯାଇଥିବା ପିତଳ, କଂସା, ଷ୍ଟିଲ ଆଦି ବିଭିନ୍ନ ବାସନ ସାମଗ୍ରୀ ନ ଥିବା କାନ୍ତା ଜାଣିବାକୁ ପାଇଥିଲେ। ବହୁ ଖୋଜାଖୋଜି ପରି ବସ୍ତାଗୁଡ଼ିକ ନ ମିଳିବାରୁ ପୂର୍ବରୁ ରଙ୍ଗ କାମ କରିବାକୁ ଆସୁଥିବା ଦୁଇ ଯୁବକଙ୍କୁ ସନ୍ଦେହ କରି ସେ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri