ନୂଆ ରୂପରେ କେନ୍ଦୁଝର ବଡ଼ଦାଣ୍ଡ

କେନ୍ଦୁଝର,୧୭ା୬ କୋଭିଡ୍‌ ପାଇଁ ବଡ଼ଦାଣ୍ଡକୁ ଆସି ନ ଥିବା କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉ ଚଳିତ ବର୍ଷ ରଥରେ ବସିବେ। ଦେବସ୍ନାନ ନୀତି ପରେ ଶ୍ରୀଜୀଉମାନେ ଏବେ ଅଣସର ଘରେ ଅଛନ୍ତି। ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଏବେ ଦୃତ ଗତିରେ ଆଗେଇ ଚାଲିଛି। ଆଗାମୀ ରଥଯାତ୍ରାରେ ଏକ ନୂଆ ରୂପରେ କେନ୍ଦୁଝର ବଡ଼ଦାଣ୍ଡ ଝଲସିବ ବୋଲି ପରିକଳ୍ପନା କରାଯାଇଛି। ବଡ଼ଦାଣ୍ଡ, ପାରିପାର୍ଶ୍ୱିକ ଉନ୍ନୟନ ଓ ସୌନ୍ଦଯର୍‌ୟକରଣ ପାଇଁ ଯୋଜନାବଦ୍ଧ ଭାବେ ପ୍ରକଳ୍ପ ପ୍ରସ୍ତୁତ କରାଯାଇ ଏହି କାର୍ଯ୍ୟ ଆଗାମୀ ରଥଯାତ୍ରା ପୂର୍ବରୁ ଶେଷ କରାଯିବ ବୋଲି କେନ୍ଦୁଝର ଉପଜିଲାପାଳ ତଥା ମନ୍ଦିରର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର କିସ୍କୁ ପ୍ରକାଶ କରିଛନ୍ତି।
ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକ୍ରମ ସ୍ବରୂପ ବିଭିନ୍ନ ପ୍ରକାର ଫୁଲର ଚିତ୍ର, ପାରମ୍ପରିକ କଳା, ବଡ଼ଦାଣ୍ଡ ପାର୍ଶ୍ୱ ଲାଇଟ ପୋଷ୍ଟରେ ବଳଦେବଜୀଉଙ୍କର ବିଭିନ୍ନ ବେଶର ପଟ୍ଟଚିତ୍ର ପ୍ରଦର୍ଶନ, ଉଭୟ ପାର୍ଶ୍ୱରେ ପାଦ ଚଲା ରାସ୍ତା, ପାଠାଗାରର ବିକାଶ, ମୁକ୍ତକାଶ ଅବସର ବିନୋଦନ ବ୍ୟବସ୍ଥା, ବଡ଼ଦାଣ୍ଡ ପାର୍ଶ୍ୱରେ ଏକକ କଳାକୃତି ପ୍ରଦର୍ଶନ, ବଡ଼ଦାଣ୍ଡ ପାର୍ଶ୍ୱରେ ଭକ୍ତିଭାବନା ସୃଷ୍ଟିକାରୀ ବାତାବରଣ ଓ ଆଲୋକୀକରଣ ବ୍ୟବସ୍ଥା ତଥା ଆନୁସଙ୍ଗିକ ବିକାଶ କରାଯିବା ସହିତ ଓ ବଡ଼ଦାଣ୍ଡ କିପରି ନୂଆ ରୂପରେ ଝଲସିବ ସେଥିନେଇ ବ୍ୟବସ୍ଥା କରାଯାଇଛି। ସୂଚନାଯୋଗ୍ୟ ଯେ, କେନ୍ଦୁଝରର ରାଷ୍ଟ୍ରଦେବତା ବଳଦେବଜୀଉଙ୍କ ସମେତ ଦେବୀ ସୁଭଦ୍ରା ଓ ଜଗନ୍ନାଥ ଗୋଟିଏ ରଥରେ ବିରାଜମାନ କରି ମାଉସୀ ମା’ ମନ୍ଦିରକୁ ଯାଇଥାନ୍ତି। ବଡ଼ଠାକୁର ବଳଦେବ ହେଲେ ମଧ୍ୟ ରଥର ନାମ ନନ୍ଦିଘୋଷ ରହି ଆସିଛି। ଶ୍ରୀ ବଳଦେବଜୀଉଙ୍କ କାଷ୍ଟ ନିର୍ମିତ ରଥ ସମଗ୍ର ପୃଥିବୀରେ ସର୍ବୋଚ୍ଚ ରଥର ମାନ୍ୟତା ଲାଭ କରିଛି। ଯାହାର ସ୍ବୀକୃତି ସ୍ବରୁପ ଗିନିଜ ବୁକ୍‌ ଅଫ୍‌ ୱାଲର୍ଡ ରେକର୍ଡରେ ସ୍ଥାନ ପାଇଛି। ଏହା ଜିଲା, ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବର କଥା ା ଏହା ପୂର୍ବରୁ ଶ୍ରୀ ବଳଦେବଜୀଉଙ୍କ ରଥ ନନ୍ଦିଘୋଷ ନ୍ୟାସନାଲ ରେକର୍ଡସ,ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ,ଏସିଆ ପାସିଫିକ ଆଇକନ,ଗ୍ଲୋବାଲ ରେକର୍ଡସ,ୱଣ୍ଡର ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇସାରିଛି। ଏହି ରଥର ଉଚ୍ଚତା ୭୪ଫୁଟ ଏବଂ ଗୋଲେଇ ୪୫ଫୁଟ ହୋଇଥିବାବେଳେ ଏଥିରେ ପ୍ରାୟ ୮ଫୁଟ ଉଚ୍ଚର ୧୬ଟି ଚକ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri