ନାମକୁ ରାସ୍ତା ସଫେଇ : ଭାରିଯାନ ଯାତାୟାତରେ ବାଧା

ନାଉଗାଁ,୧୯।୬(ସ୍ବ.ପ୍ର.): ନାଉଗାଁ ବ୍ଲକରେ ପ୍ରତିବର୍ଷ ରାସ୍ତା ସଫେଇ ନାଁରେ ଲକ୍ଷାଧିକ ଖର୍ଚ୍ଚ ହେଉଛି। ମାତ୍ର ଏହି ସଫେଇ କାମ ନାମକୁ ମାତ୍ର ହୋଇଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି। ଏହାର ଉଦାହରଣ କୋକିଢିହ-ତେଲସରା ରାସ୍ତାରେ ଦେଖିବାକୁ ମିଳିଛି। ୧୨ କିଲୋମିଟର ଲମ୍ବ ଏହି ରାସ୍ତାଟି ପୂର୍ତ୍ତବିଭାଗ ଅଧୀନରେ ରହିଛି। ଏହି ରାସ୍ତା ସଫେଇ କରୁଥିବା ଠିକାଦାର ଠିକ୍‌ଭାବେ ରାସ୍ତା ସଫା ନ କରି ବିଲ କରିନେଇଛନ୍ତି। ସରକାରଙ୍କ ନିୟମାନୁସାରେ ରାସ୍ତା ସଫେଇ କରିବା ସମୟରେ ରାସ୍ତାର ଦୁଇ ପାର୍ଶ୍ୱ ସଫା କରିବା ସହ ରାସ୍ତା ଉପରକୁ ଓହଳି ଥିବା ଗଛର ଡାଳକୁ କଟାଯିବା କଥା। କିନ୍ତୁ ଠିକାଦାରମାନେ ନାମକୁ ମାତ୍ର ଦୁଇ ପାର୍ଶ୍ୱ ଘାସ ସଫା କରି ବିଲ କରିଦେଉଛନ୍ତି। ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନାହିଁ। ଯାହା ଫଳରେ ଏହି ରାସ୍ତାର ଦୁଇ ପାର୍ଶ୍ୱରେ ଗଛ ଡାଳ ସବୁ ରାସ୍ତା ଉପରକୁ ଓହଳି ରହିଛି। ଏଥିଯୋଗୁ ବହୁ ସମୟରେ ଭାରିଯାନ ଯାତୟାତ ସମୟରେ ଗଛ ଡାଳ ଯୋଗୁ ଗାଡ଼ି ଚଲାଇବାରେ ବାଧକ ସୃଷ୍ଟି କରୁଛି। ରାସ୍ତା ଉପରକୁ ଓହଳିଥିବା ଗଛ ଡାଳକୁ ସଫା କରିବା ପାଇଁ ଦାବି ହେଉଛି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ବଳରାମ ସ୍ବାଇଁ କହିଛନ୍ତି ଏହି କାମର ବିଲ୍‌ ହୋଇସାରିଛି। ତେବେ ରାସ୍ତା ଉପରକୁ ଓହଳିଥିବା ଗଛକୁ ସଫା କରିବା ପାଇଁ ଖୁବ୍‌ଶୀଘ୍ର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି।...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri