ଆଜି ବିଶ୍ୱ ଇମୋଜି ଦିବସ: ଭାରତରେ ଦୁଇଟି ଇମୋଜିର ବ୍ୟବହାର ଅଧିକ

ପ୍ରତିବର୍ଷ ଜୁଲାଇ ୧୭ରେ ସାରା ବିଶ୍ୱରେ ‘ବିଶ୍ୱ ଇମୋଜି ଦିବସ’ ପାଳିତ ହୁଏ। ଆଜିକାଲି ସ୍ମାର୍ଟଫୋନର ଯୁଗ। ତେଣୁ ଇମୋଜିର ଅର୍ଥ କହିଲେ ସମସ୍ତଙ୍କୁ ଜଣାଥିବ। ବର୍ତ୍ତମାନ ସ୍ମାର୍ଟଫୋନ୍‌ ବ୍ୟବହାରକାରୀଙ୍କ ମଧ୍ୟରେ ତୀବ୍ର ଗତିରେ ଇମୋଜିର ପ୍ରଚଳନ ହେଉଛି। ବିଶେଷକରି ଚାଟିଙ୍ଗ୍‌ ସମୟରେ ଏହାର ବ୍ୟବହାର ଅଧିକ ହୋଇଥାଏ। ଲମ୍ବା ଶବ୍ଦ ବଦଳରେ ସାମାନ୍ୟ ଗୋଟିଏ ଇମୋଜି ମାନସିକ ଅବସ୍ଥା କଥା ସୂଚାଇ ଦିଏ ଅର୍ଥାତ୍‌ ଇମୋଜି ମନର ଭାବନାକୁ ବିନା ଭାଷାରେ ବୁଝାଇଥାଏ। ସୋସିଆଲ ମିଡିଆରେ ଏହାର ଲୋକପ୍ରିୟତାକୁ ନଜରରେ ରଖି ଏବେ ପ୍ରତିଟି ନେଟ୍‌ୱର୍କିଂ ସାଇଟ୍‌ରେ ଇମୋଜି ମହଜୁଦ୍‌ ରହିଛି। ମଣିଷର ପ୍ରତିଟି ଭାବନାକୁ ସନ୍ଦେଶ ମାଧ୍ୟମରେ ପ୍ରକାଶ କରିବାକୁ ଭଳିକି ଭଳି ଇମୋଜି ଅଛି। ୧୯୯୦ମସିହା ଶେଷ ବେଳକୁ ଇମୋଜିର ପ୍ରଚଳନ ଆରମ୍ଭ ହୋଇଥିଲା। ସର୍ବପ୍ରଥମେ ଆପଲ୍‌ ଆଇଫୋନ୍‌ କିବୋର୍ଡରେ ଏହାକୁ ସାମିଲ କରିଥିଲା। ଏହାର ପ୍ରଚଳନ ଅଧିକ ହେବାରୁ ୨୦୧୪ ଜୁଲାଇ ୧୭ ତାରିଖକୁ ବିଶ୍ୱ ଇମୋଜି ଦିବସ ଭାବେ ପାଳନ କରାଗଲା। ଏହି ଦିବସର ଆରମ୍ଭ ଜେରେମୀ ବର୍ଗ କରିଥିଲେ। ଏକ ରିପୋର୍ଟ ଅନୁସାରେ, ଟୁଇଟରରେ ଭାରତୀୟମାନେ ସବୁଠାରୁ ଅଧିକ ଆଖିରୁ ଲୁହ ଝରାଇ ହସୁଥିବା ଏବଂ ସ୍ମାଇଲ କରୁଥିବା ଇମୋଜି  ଅଧିକ ବ୍ୟବହାର କରିଥାନ୍ତି। ଏହା ପରେ ହାତ ଯୋଡିଥିବା ଇମୋଜିର ମଧ୍ୟ ଆଦର ରହିଛି। ୟୁନିକୋଡ ଷ୍ଟାଣ୍ଡାର୍ଡ ଲିଷ୍ଟ ମୁତାବକ, ଏବେ ପର୍ଯ୍ୟନ୍ତ ୩,୦୫୩ଟି ଇମୋଜି ତିଆରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri