Posted inଜାତୀୟ

ଅଳିଆ ଉଠାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛତାକୁ ଭଲ ପାଆନ୍ତି। ସେ ମଧ୍ୟ ଏଥିପାଇଁ ଲୋକଙ୍କୁ ଉତ୍ସାହିତ କରିଥା’ନ୍ତି। ରବିବାର ନୂଆଦିଲ୍ଲୀରେ ପ୍ରଗତି ମୈଦାନ ଇଣ୍ଟିଗ୍ରେଟେଡ ଟ୍ରାଞ୍ଜିଟ କରିଡର ପ୍ରକଳ୍ପ ଅଧୀନରେ ତିଆରି ହୋଇଥିବା ମୁଖ୍ୟ ଟନେଲ ଓ ୫ଟି ଅଣ୍ଡରପାସ ରାସ୍ତାର ଉଦଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସ୍ବଚ୍ଛତାର ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ ପୂର୍ବରୁ ଖୋଲା ଜିପରୁ ବାହାରି ଚାଲି ଚାଲି ଏହି ଟନେଲ ସ୍ଥାନକୁ ଯାଇଥିଲେ। ଏହି ସମୟରେ ସେ ରାସ୍ତା କଡ଼ରେ ଅଳିଆ ଆବର୍ଜନା ଏବଂ ଖାଲି ପାଣି ବୋତଲ ଦେଖି ତାକୁ ହାତରେ ଉଠାଇ ଡଷ୍ଟବିନ୍‌ରେ ପକାଇଥିଲେ।
ସ୍ବଚ୍ଛ ଭାରତ ମିଶନ ପ୍ରଧାନମନ୍ତ୍ରୀଙ୍କ ଏକ ପ୍ରମୁଖ ଅଭିଯାନ ଅଟେ। ଏହା ମାଧ୍ୟମରେ ସେ ଦେଶବାସୀଙ୍କୁ ସ୍ବଚ୍ଛତା ବିଷୟରେ ଅବଗତ କରାଇଥିଲେ। ୨ ଅକ୍ଟୋବର ୨୦୧୪ରେ ମହାତ୍ମା ଗାନ୍ଧୀଙ୍କ ୧୪୫ତମ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ଏହି ଅଭିଯାନ ଆରମ୍ଭ କରାଯାଇଥିଲା।
ସୂଚନାଯୋଗ୍ୟ, ପ୍ରଗତି ମୈଦାନ ଇଣ୍ଟିଗ୍ରେଟେଡ ଟ୍ରାଞ୍ଜିଟ କରିଡର ପ୍ରକଳ୍ପ ପାଇଁ ୯୨୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ସବୁ ଅର୍ଥ କେନ୍ଦ୍ର ସରକାର ପ୍ରଦାନ କରିଛନ୍ତି। ଏତେ କମ ସମୟରେ ଇଣ୍ଟିଗ୍ରେଡେଟ ଟ୍ରାଞ୍ଜିଟ କରିଡର କାମକୁ ସାରିବା ଆଦୌ ସହଜ ନ ଥିଲା। ଏହା ଦିଲ୍ଲୀର ସବୁଠାରୁ ବ୍ୟସ୍ତବହୁଳ ଅଞ୍ଚଳ। ପ୍ରତିଦିନ ଏଠାରେ ଲକ୍ଷାଧିକ ଗାଡି ଯିବା ଆସିବା କରନ୍ତି। ଟନେଲ ଉପରେ ଏକାଧିକ ରେଳ ଲାଇନ ଯାଇଛି। ଏହି ପ୍ରକଳ୍ପ ଅନେକ ବାଧାବିଘ୍ନର ସମ୍ମୁଖୀନ ହୋଇଥିଲା। କୋଭିଡ ମହାମାରୀ ଯୋଗୁ ପ୍ରକଳ୍ପ କାମରେ ଅନେକ ସମସ୍ୟା ହୋଇଥିଲା। ଆମ ଦେଶର କିଛି ଲୋକ ପ୍ରତି କଥାରେ ନ୍ୟାୟପାଳିକାର ଦ୍ୱାର ମଧ୍ୟ ବା ଲାଗନ୍ତି। ଏହି ପ୍ରକଳ୍ପରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି ହୋଇଥିଲା। ଦେଶକୁ ଆଗକୁ ନେବାରେ ଏପରି ପଦକ୍ଷେପ ନୂଆ ବାଧା ସୃଷ୍ଟି କରିଥିଲା। କିନ୍ତୁ ଏହା ନୂଆ ଭାରତ। ଆମକୁ ସମସ୍ୟାର ସମାଧାନ ପାଇଁ ରାସ୍ତା ବାହାର କରିବାକୁ ପଡିବ ଓ ନିଷ୍ପତ୍ତି ନେବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri