ବର୍ଷକରେ ୧,୩୫୪ ଶିଶୁ, ୩୮ ମା’ମୃତ

ଯାଜପୁର ଅଫିସ,୨୦ା୬: କେବଳ ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ା ନୁହେଁ, ରାଜ୍ୟର ନବରଙ୍ଗପୁର ଜିଲାରେ ମଧ୍ୟ ପୁଷ୍ଟିହୀନତା କାରଣରୁ ମା’ ଓ ଶିଶୁ ମୃତ୍ୟୁସଂଖ୍ୟା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ଗତ ବର୍ଷକ ମଧ୍ୟରେ ନବରଙ୍ଗପୁର ଜିଲାରେ ୧,୩୫୪ ଶିଶୁ ଓ ୩୮ ଜଣ ମା’ଙ୍କ ପୁଷ୍ଟିହୀନତା କାରଣରୁ ମୃତ୍ୟୁ ଘଟିଛି। ଜନ୍ମରୁ ୫ ବର୍ଷ ମଧ୍ୟରେ ଏହି ଶିଶୁଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପୁଷ୍ଟିହୀନତା ଦୂର ପାଇଁ ସରକାର ଏକାଧିକ ଯୋଜନା କାର୍ଯ୍ୟକାରୀ କରୁଥିଲେ ବି କୌଣସି ସୁଫଳ ମିଳି ପାରିନାହିଁ। ଏହି ମର୍ମରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆରସି)ରେ ଏକ ମାମଲା ରୁଜୁ ହୋଇଛି। ଉକ୍ତ ମାମଲାର ଶୁଣାଣି କରି କମିଶନ ୮ ସପ୍ତାହ ମଧ୍ୟରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆବଶ୍ୟକ ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗକୁ ଗତ ୮ ତାରିଖରେ ନିର୍ଦ୍ଦେଶ ଦେଇଥିଲେ। ଏହି କ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ଅଜିତ କୁମାର ମହାନ୍ତି ଗତ ୧୭ ତାରିଖରେ ମହିଳା ଏବଂ ଶିଶୁ ବିକାଶ ସଚିବ, ପରିବାର କଲ୍ୟାଣ ବିଭାଗର ନିର୍ଦ୍ଦେଶକ ଏବଂ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସବିଶେଷ କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏନ୍‌ଏଚ୍‌ଆରସିରେ ହୋଇଥିବା ଅଭିଯୋଗ ଅନୁଯାୟୀ, ନବରଙ୍ଗପୁର ଜିଲାରେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକରେ ବିଭିନ୍ନ ଅନିୟମିତତା ହେଉଛି। ଏହି ସମ୍ବେଦନଶୀଳ ସମସ୍ୟା କେବଳ ନବରଙ୍ଗପୁର ଜିଲା ନୁହେଁ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ଗଜପତି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ସମ୍ପୃକ୍ତ ଜିଲାଗୁଡ଼ିକରେ ମା’ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବାକୁ ଏକ ସମ୍ୟକ୍‌ ଅଧ୍ୟୟନର ଆବଶ୍ୟକତା ରହିଛି ବୋଲି ଅଭିଯୋଗ ହୋଇଥିଲା। ଏପରି ପରିସ୍ଥିତିରେ ଏହି ମାମଲାକୁ ଅତି ଗୁରୁତ୍ୱପୂର୍ଣ୍ଣ ମନେ କରି ତଦନ୍ତ ରିପୋର୍ଟ ୨୦ା୬ା୨୦୨୨ ତାରିଖ ସୁଦ୍ଧା ଦାଖଲ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ମହାନ୍ତି ତାଙ୍କ ନିର୍ଦ୍ଦେଶନାମାରେ ଅନୁରୋଧ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ୨୦୧୬ ଏପ୍ରିଲରୁ ନଗଡ଼ାରେ ଗୋଟିଏ ପରେ ଗୋଟିଏ ଶିଶୁ ପୁଷ୍ଟିହୀନତାର ଶିକାର ହୋଇ ଆଖି ବୁଜିଥିଲେ। ଏ ସଂକ୍ରାନ୍ତରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ସରକାରଙ୍କ ଚେତା ପଶିଥିଲା। ନଗଡ଼ାକୁ ରାସ୍ତା ଫିଟିଥିଲା। ଡିଏମ୍‌ଏଫ୍‌ ଏବଂ ଅନ୍ୟାନ୍ୟ ଯୋଜନାରେ ବିପୁଳ ଅର୍ଥ ବ୍ୟୟ କରି ବହୁ ଯୋଜନା ହାତକୁ ନିଆଯାଇଥିଲା। ବର୍ତ୍ତମାନ ନଗଡ଼ାରେ ଶିଶୁ ମୃତ୍ୟୁହାର ହ୍ରାସ ପାଇଥିଲେ ହେଁ ବାଲ୍ୟ ବିବାହ ରୋକିବାରେ ପ୍ରଶାସନ ବିଫଳ ହୋଇଛି। ତେବେ ସଂପ୍ରତି ନବରଙ୍ଗପୁର ଏବଂ ଅନ୍ୟାନ୍ୟ ଜିଲାରେ ମା’ ଓ ଶିଶୁ ମୃତ୍ୟୁହାର ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri