ଥାନାରେ କଂଗ୍ରେସକର୍ମୀଙ୍କ ଭଙ୍ଗାରୁଜା

ଚିତ୍ରକୋଣ୍ଡା,୨୦।୬: ମାଲକାନଗିରି ପ୍ରଦେଶ କଂଗ୍ରେସ ନେତୃ୍‌ତ୍ୱରେ ଚିତ୍ରକୋଣ୍ଡାରେ ସୋମବାର ୧୮ଟି ପଞ୍ଚାୟତର ୫ ହଜାରରୁ ଊର୍ଦ୍ଧ୍ୱ ଆଦିବାସୀ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଏକାଠି ହୋଇଥିଲେ। ଏଥିରେ ମାଲକାନଗିରି ଜିଲା ସଭାପତି ଗୋବିନ୍ଦ ପାତ୍ର, ଯୁବ ସଭାପତି ମଙ୍ଗୁ ଖିଲ, ବରିଷ୍ଠ କଂଗ୍ରେସ ନେତା ତଥା କୋରାପୁଟ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଉପସ୍ଥିତିରେ ଦଳୀୟ ନେତୃବୃନ୍ଦ ଚିତ୍ରକୋଣ୍ଡା ହାଟପଦାଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରି ବ୍ଲକ କାର୍ଯ୍ୟାଳୟ ଆଗରେ ପହଞ୍ଚିଥିଲେ। ଏହି ଅବସରରେ ଏକ ପ୍ରତିବାଦ ସଭା ହୋଇଥିଲା। ପରେ ବିଭିନ୍ନ ଦଫା ଦାବି ନେଇ ଚିତ୍ରକୋଣ୍ଡା ବିଡ଼ିଓ ରଘୁନାଥ ମୁଣ୍ଡାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା।

ଅନ୍ୟପକ୍ଷେ ଚିତ୍ରକୋଣ୍ଡା ପୋଲିସ ଆର୍‌ଏସ୍‌ସି ୧୩ ନମ୍ବର ଗାଁରେ ଗଞ୍ଜେଇ ମାମଲାକୁ ନେଇ ମହିଳାଙ୍କୁ ମାଡ଼ ମାରିବା ଘଟଣା ପ୍ରତିବାଦରେ କଂଗ୍ରେସ କର୍ମୀ ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ୱିବେଦୀଙ୍କୁ ଅନ୍ୟତ୍ର ବଦଳି ଦାବି କରିଥିଲେ। ସେହି ସମୟରେ କିଛି ଉତ୍ତ୍ୟକ୍ତ କର୍ମକର୍ତ୍ତା ଚିତ୍ରକୋଣ୍ଡା ଥାନା ଭିତରକୁ ପଶି ଥାନା କାର୍ଯ୍ୟାଳୟ ଆଗରେ ଥିବା ଏକ ବୋଲେରୋ ଗାଡ଼ି ସହ ଲାଗିଥିବା ସିସିଟିଭି, ଲାଇଟ ଆଦି ଭଙ୍ଗାରୁଜା କରିଥିଲେ। ଏପରି କି ପୋଲିସ କର୍ମଚାରୀଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଖବର ପାଇ ମାଜିଷ୍ଟେଟ ଭାବେ ଚିତ୍ରକୋଣ୍ଡା ତହସିଲଦାର ଟି.ପଦ୍ମାନାଭ ଦୋରା ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri