ଆର୍‌ଟିଆଇ ପରିସରଭୁକ୍ତ ହେବ ଭିଜିଲାନ୍ସ

କଟକ ଅଫିସ୍‌,୨୧ା୬:ରାଜ୍ୟ ଭିଜିଲାନ୍ସ ବିଭାଗ ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ପରିସରଭୁକ୍ତ ହେବ ବୋଲି ହାଇକୋର୍ଟ ସୋମବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏଣିକି ଭିଜିଲାନ୍ସ ବିଭାଗର ତଥ୍ୟ ପାଇବା ପାଇଁ ଯେକେହି ଆର୍‌ଟିଆଇ ଅନୁଯାୟୀ ଆବେଦନ କରିପାରିବେ। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ୨୦୧୬ ଅଗଷ୍ଟ ୧୧ରେ ଭିଜିଲାନ୍ସକୁ ଆର୍‌ଟିଆଇରୁ ବାଦ୍‌ ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଉକ୍ତ ବିଜ୍ଞପ୍ତିକୁ ବିରୋଧ କରି ଏକାଧିକ ବ୍ୟକ୍ତିଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର ହୋଇଥିଲା। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଆର.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରି ଉକ୍ତ ବିଜ୍ଞପ୍ତିକୁ ରଦ୍ଦ କରିଦେଇଛନ୍ତି। ଗୋପନୀୟ ଓ ସମ୍ବେଦନଶୀଳ ପ୍ରସଙ୍ଗ ଛାଡ଼ି ଅନ୍ୟ ସବୁ ତଥ୍ୟକୁ ପବ୍ଲିକ୍‌ ଡୋମେନ୍‌ରେ ରଖିବାକୁ ଭିଜିଲାନ୍ସକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଦୁର୍ନୀତି ଏବଂ ମାନବାଧିକାର ଉଲ୍ଲଂଘନ ସୂଚନା ଗୋପନୀୟ ନୁହେଁ ବୋଲି କୋର୍ଟ ସ୍ପଷ୍ଟ କରିଦେଇଛନ୍ତି। ଏ ସମ୍ପର୍କିତ ସଂଶୋଧିତ ବିଜ୍ଞପ୍ତି ୪ ସପ୍ତାହ ମଧ୍ୟରେ ପ୍ରକାଶ କରିବାକୁ ଖଣ୍ଡପୀଠ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଥାଉ କି, ରାଜ୍ୟ ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦ କରିବା ପାଇଁ ସୁବାସ ମହାପାତ୍ର, ସୁଧାଂଶୁ କୁମାର ନନ୍ଦ, ପ୍ରଦୀପ କୁମାର ପ୍ରଧାନ ପୃଥକ୍‌ ଭାବେ ହାଇକୋର୍ଟରେ ଆବେଦନ କରିଥିଲେ। ଖଣ୍ଡପୀଠ ସବୁ ମାମଲାର ଏକକାଳୀନ ଶୁଣାଣିକରି ସୋମବାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ବିପକ୍ଷ ଓକିଲ ଯୁକ୍ତି ବାଢ଼ିଥିଲେ ଯେ, ଯଦି ସମସ୍ତ ତଥ୍ୟ ସର୍ବସାଧାରଣଙ୍କୁ ପ୍ରଦାନ କରାଯିବ, ତେବେ ତଦନ୍ତ ବ୍ୟାହତ ହେବ। ହେଲେ ଖଣ୍ଡପୀଠ ତାହାକୁ ଗ୍ରହଣ ନ କରି କହିଛନ୍ତି ଯେ, ମାନବ ଅଧିକାର ଉଲ୍ଲଂଘନ ଏବଂ ଦୁର୍ନୀତି ସମ୍ପର୍କିତ ତଥ୍ୟକୁ ସରକାର ଜନସାଧାରଣଙ୍କଠାରୁ ଲୁଚାଇ ରଖିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri