ମୟୂରଭଞ୍ଜରେ ଖୁସିର ଲହରି

ବାରିପଦା ଅଫିସ୍‌, ୨୨।୬: ଏନଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରେ ସମଗ୍ର ମୟୂରଭଞ୍ଜ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଜିଲାର ବିଭିନ୍ନ ରାଜନୈତିକ ନେତା, ବୁଦ୍ଧିଜୀବୀ, ସାଧାରଣ ଜନତା ତାଙ୍କ ପ୍ରାର୍ଥତ୍ତ୍ୱକୁ ସ୍ବାଗତ ଜଣାଇଛନ୍ତି।
ଜଣେ ଆଦିବାସୀ ମହିଳା ପରିବାରକୁ ପଛରେ ପକାଇ ରାଷ୍ଟ୍ରୀୟ କାର୍ଯ୍ୟରେ ନିଜକୁ ଉତ୍ସର୍ଗ କରିଥିବାରୁ ଏନଡିଏ ପକ୍ଷରୁ ତାଙ୍କୁ ଯଥେଷ୍ଟ ସମ୍ମାନ ଦିଆଯାଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମହିଳାଙ୍କୁ ସମ୍ମାନ ଦେଉଥିବା ବେଳେ ଜଣେ ଆଦିବାସୀ ମହିଳା ଦେଶର ସର୍ବୋଚ୍ଚ ସ୍ଥାନରେ ଅଭିଷିକ୍ତ ହେବାକୁ ଯାଉଥିବାରୁ ଜିଲାବାସୀଙ୍କ ପକ୍ଷରୁ ଶୁଭେଚ୍ଛା ଜଣାଉଛି।
– କୃଷ୍ଣାନନ୍ଦ ମହାନ୍ତି, ବିଜେଡି ନେତା
ତଥା ବାରିପଦା ପୌରାଧ୍ୟକ୍ଷ।
ଆମେ ଖୁସି ଅନୁଭବ କରୁଛୁ। ସେ ରାଷ୍ଟ୍ରପତି ହେଲେ ମୟୂରଭଞ୍ଜ ସମେତ ସମଗ୍ର ଓଡ଼ିଶାର ଉନ୍ନତି ହେବ ବୋଲି ଆଶା କରୁଛି।
– ଲକ୍ଷ୍ମଣ ମୁର୍ମୁ, ପୂର୍ବତନ କଂଗ୍ରେସ
ବିଧାୟକ, ରାଇରଙ୍ଗପୁର
ମୟୂରଭଞ୍ଜ ଜିଲା ପାଇଁ ଗର୍ବ ଓ ଗୌରବର ବିଷୟ। ଆଗାମୀ ଦିନରେ ଜିଲାର ବିକାଶ ସମେତ ରାଜ୍ୟର ଉନ୍ନତି ହେବ ବୋଲି ଆଶା ରଖୁଛି ।
– ହେମନ୍ତ ଦାସ, ଜିଲା କଂଗ୍ରେସ ସଭାପତି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦିବାସୀ ମହିଳାଙ୍କୁ ସମ୍ମାନ ଜଣାଇ ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହା ସ୍ବାଗତଯୋଗ୍ୟ। ମୟୂରଭଞ୍ଜ ଜିଲାର ଜଣେ ମହିଳା ଦେଶର ସର୍ବୋଚ୍ଚ ପଦବୀ ମଣ୍ଡନ କରିବାକୁ ଯାଉଥିବା ଭଳି ଖୁସି ଖବର ଆଉ କ’ଣ ହୋଇପାରେ।
– କାନ୍ଦ୍ରା ସୋରେନ, ଜିଲା ଭାଜପା ସଭାପତି


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri