ନିର୍ମାଣର ମାସେ ନ ପୂରୁଣୁ ଭାଙ୍ଗିଲା ବର୍ଷା ଜଳ ଅମଳ ପ୍ରକଳ୍ପ

ଚମ୍ପୁଆ, ୨୨।୬(ଡି.ଏନ.ଏ.) – ବର୍ଷା ଜଳକୁ ସଂରକ୍ଷଣ କରିବା ଓ ଭୂତଳ ଜଳସ୍ତରକୁ ବୃଦ୍ଧି କରିବା ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଯୋଜନା ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓଡିଶା ସରକାରଙ୍କ ପକ୍ଷରୁ ଚମ୍ପୁଆ ଏନ୍‌ଏସିରେ ୧୦୦ ରୁ ଉର୍ଦ୍ଧ୍ୱ ବର୍ଷା ଜଳ ଅମଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ମାତ୍ର ନିର୍ମାଣର ମାସେ ନ ପୁରୁଣୁ ଅନେକ ପ୍ରକଳ୍ପ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛ। ପ୍ରକଳ୍ପ ନିର୍ମାଣ ସମୟରେ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହୁ ନଥିବାରୁ ଏପରି ପରିସ୍ଥିତି ଉପୁଜିଥିବା ସାଧାରଣରେ ଚର୍ଚ୍ଚା ହେଉଛି। ସୂଚନା ଯୋଗ୍ୟ, ଚମ୍ପୁଆ ଏନଏସିରେ ଆର୍ଥତ୍କ ବର୍ଷ ୨୦୨୨-୨୩ ନିମନ୍ତେ ୩୦ ହଜାର ଅଟକଳ ବ୍ୟୟରେ ୧୦୦ରୁ ଉର୍ଦ୍ଧ୍ୱ ବର୍ଷା ଜଳ ଅମଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଏହି ନର୍ମାଣ କାର୍ଯ୍ୟ ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ ନେଇ ପ୍ରଦାନ କରାଯାଇଥିବା ବେଳେ ବିଧାୟିକା ମିନାକ୍ଷୀ ମହାନ୍ତ ଓ ଏନ୍‌ଏସି ଚେୟାରମ୍ୟାନ୍‌ ଗିରିଜା ଶଙ୍କର ସାହୁ ୧୩ ଗୋଟି ୱାର୍ଡରେ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। ମାତ୍ର ଅନେକ ସ୍ଥାନରେ ବର୍ଷା ନ ହେଉଣୁ ଏହା ଭାଙ୍ଗିଗଲାଣି। ଫଳରେ ପ୍ରକଳ୍ପର ସ୍ଥାୟୀତ୍ୱ ଏବଂ ବର୍ଷା ଜଳ ଅମଳ କେତେ ସଫଳ ହେବ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ନେଇ ବିଭାଗୀୟ ଯନ୍ତ୍ରୀ ରଞ୍ଜନ ମହାକୁଡ଼ କହିଛନ୍ତି, ଯେଉଁ ଗୁଡିକ ଭାଙ୍ଗି ଯାଇଛି ତାହା ବିଲ୍‌ ହୋଇନାହିଁ ଏବଂ ସଂପୃକ୍ତ ଗୋଷ୍ଠୀଙ୍କୁ ତାହା ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri