କୁଖ୍ୟାତ ଅପରାଧୀ ପାପା ପଣ୍ଡା ଗିରଫ

ବାଲେଶ୍ୱର ଅଫିସ, ୨୩ା୬-ରାଜ୍ୟରେ ବିଭିନ୍ନ ଆପରାଧିକ ମାମଲାରେ ଜଡ଼ିତ କୁଖ୍ୟାତ ଅପରାଧୀ ଚିନ୍ମୟ ପଣ୍ଡା ଓରଫ୍‌ ପାପାଙ୍କୁ ବୁଧବାର ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଗିରଫ କରିଛି। ଧମକଚମକ ଦେଇ ଦାଦାବଟି ମାଗିବା ଓ ଫୋନ୍‌ରେ ହତ୍ୟା ଧମକ ଦେବା ଅଭିଯୋଗରେ ସହଦେବଖୁଣ୍ଟା ଥାନାରେ ମାମଲା (ନଂ. ୨୦୩/୨୨ ଓ ୨୦୪/୨୨) ରୁଜୁ କରି ପୋଲିସ ଗିରଫ କରିଛି। ପାପା ବାଲେଶ୍ୱର ଜିଲାର ସହଦେବଖୁଣ୍ଟା ଥାନା, ଶିଳ୍ପାଞ୍ଚଳ ଥାନା, ଟାଉନ୍‌ ଥାନା, ସଦର ଥାନା ସମେତ ଦୀଘା ପର୍ଯ୍ୟନ୍ତ ବିଭିନ୍ନ ଅପରାଧରେ ୩୦ରୁ ଉର୍ଦ୍ଧ୍ୱ ମାମଲା ରହିଛି। ବ୍ୟବସାୟୀ, ବିଲଡ଼ର, ଠିକାଦାର, ସରକାରୀ ଅଧିକାରୀ, ନେତାମାନଙ୍କୁ ଧମକଚମକ ଦେଇ ବଟି ଆଦାୟ କରିବା ମୁଖ୍ୟ ଅପରାଧ। ଆବଶ୍ୟକ ସ୍ଥଳେ ବହୁ ଜଘନ୍ୟ ଅପରାଧ ଘଟାଇଥାଏ। ପୂର୍ବରୁ ବହୁବାର ଜେଲ୍‌ ଯିବା ପରେ ମଧ୍ୟ କିଛିଦିନ ପୂର୍ବରୁ ଜେଲରୁ ଆସି ପୁଣି ତାର ଗ୍ୟାଙ୍ଗ ଚଳାଇବାରେ ସକ୍ଷମ ହୋଇଥିଲା। କିଛିଦିନ ପୂର୍ବରୁ ସହରରେ ଲାଗିରହିଥିବା ହତ୍ୟା, ରାହାଜାନି, ଲୁଟ୍‌, ଚୋରି, ଛିନ୍‌ତାଇ ଭଳି ଅପରାଧ ବଢ଼ିବା ପରେ ପୋଲିସ ସକ୍ରିୟ ହୋଇ ଅପରାଧୀଙ୍କୁ ଧରପଗଡ଼ କାର୍ଯ୍ୟ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri