୯୮ ଦୋକାନରୁ ଆଦାୟ ହେଲା ୨୧ହଜାର ଜରିମାନା

ବ୍ରହ୍ମପୁର ଅଫିସ,୨୩।୬: ବ୍ରହ୍ମପୁର ମହାନଗର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ବେଆଇନ ତମାଖୁ ଓ ଧୂମପାନର ବହୁଳ ବିକ୍ରି ହେଉଛି। ଜିଲାରେ କୋଟପା ଆଇନ୍‌ କଡାକଡି କରିବା ପାଇଁ ପ୍ରତି ବର୍ଷ ବିଭିନ୍ନ ବିକ୍ରି ହେଉଥିବା ତମାଖୁ ଦୋକାନରେ ଯାଞ୍ଚ କରାଯାଉଛି। ଏହି ଚଢ଼ାଉ ପାଇଁ ଏକ ସ୍କ୍ବାର୍ଡ଼ ଗଠନ କରାଯାଇଛି। ଏଥିରେ ଜିଲା ସ୍ବାସ୍ଥ୍ୟ ବିଭାଗ ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ, ଅବକାରୀ ବିଭାଗ କର୍ମଚାରୀ ଏବଂ ଡ୍ରଗ୍ସ ଇନ୍ସପେକ୍ଟର ସାମିଲ ରହିଛନ୍ତି। ଜୁନ ୧୭ରେ ମହାନଗର ନିଗମର ୨୫ ଦୋକାନରେ ବେଆଇନ ଭାବେ ବିକ୍ରି ହେଉଥିବା ତମାଖୁ ଓ ଧୂମପାନ ଦୋକାନରେ ଏହି ଟିମ୍‌ ଚଢାଉ କରିଥିଲା। ସେମାନଙ୍କଠାରୁ ପ୍ରାୟ ୬,୭୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି।

ସେହିପରି ୨୧ ତାରିଖରେ ଛତ୍ରପୁରରେ ତମାଖୁ ଓ ଧୂମପାନ ବିକ୍ରି କରୁଥିବା ୩୨ ଦୋକାନରେ ଚଢାଉ କରି ୫, ୭୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ଗତ ୨୨ ତାରିଖରେ ଭଞ୍ଜନଗରରେ ବେଆଇନ ଭବେ ତମାଖୁ ଓ ଧୂମପାନ ବିକ୍ରି କରୁଥିବା ୪୧ଟି ଦୋକାନରୁ ୯ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ଜଣାପଡିଛି। ଚଳିତ ମାସ ଜିଲାର ଦୁଇଟି ବ୍ଲକ ଓ ବିଏମ୍‌ସିରେ ଏହି ଚଢ଼ାଉ କରାଯାଇଛି। ଆଗାମୀ ଦିନରେ ଏହି ଚଢ଼ାଉ ଜିଲାର ଅନ୍ୟ ବ୍ଲକଗୁଡିକରେ କରାଯିବ ବୋଲି ସିଡ଼ିଏମ୍‌ଓ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri