ବିବାହକୁ ଥିଲା ଆଉ ଦୁଇଦିନ, ଆଖି ବୁଜିଦେଲେ ଯୁବତୀ

ବ୍ରହ୍ମପୁର ଅଫିସ,୨୪ା୬: ବିବାହକୁ ଥିଲା ଆଉ ଦୁଇଦିନ। ଏଭଳି ସ୍ଥତିରେ ଜଣେ ଯୁବତୀ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି। ଏହି ଘଟଣା ଘଟିଛି ବ୍ରହ୍ମପୁର ସହର ବ୍ୟାଙ୍କ କଲୋନୀ ଫାଷ୍ଟ ଲାଇନରେ। ମୃତ ଯୁବତୀ ଜଣକ ହେଲେ ସାଲୋନୀ ମହାପାତ୍ର(୨୬)। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୮/୨୨) ରୁଜୁ କରିଛି। ପୋଲିସ ଯୁବତୀଙ୍କ ମୋବାଇଲ ଫୋନ୍‌ ଓ ଲାପଟପ୍‌ ଜବତ କରି ଆତ୍ମହତ୍ୟାର କାରଣ ଖୋଜୁଛି। ମାନସିକ ଚାପରୁ ସେ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି।

ସାଲୋନୀ ଛତିଶଗଡ଼ ଜାମୁନିପଲି ଥାନା ଅନ୍ତର୍ଗତ ସୁକାମର ଗ୍ରାମର ମୂଳନିବାସୀ। ତାଙ୍କର ବ୍ରହ୍ମପୁରରେ ବିବାହ ସ୍ଥିର ହୋଇଥିଲା। ତେଣୁ ସେ ଓ ତାଙ୍କ ମା’ ହରପ୍ରିୟା ବ୍ୟାଙ୍କ କଲୋନୀ ଫାଷ୍ଟ ଲାଇନରେ ରହୁଥିଲେ। ସେ ଏକ ସଂସ୍ଥାରେ ଆଇଟି ଇଞ୍ଜିନିୟର ଭାବେ କାମ କରୁଥିଲେ। ବର୍ତ୍ତମାନ ସାଲୋନୀ ୱାର୍କ ଫ୍ରମ ହୋମ କରୁଥିଲେ। ଇତିମଧ୍ୟରେ ତାଙ୍କର ବ୍ରହ୍ମପୁରରେ ବିବାହ ସ୍ଥିର ହୋଇଥିଲା। ଦୁଇଦିନ ପରେ ବିବାହ ଥିବାରୁ ମା’ ତାଙ୍କ ସମ୍ପର୍କୀୟଙ୍କ ସହ ବଜାରକୁ ଯାଇଥିଲେ। ଘରେ ସାଲୋନୀ ଏକାକୀ ରହିଥିଲେ। ବଜାରରୁ ମା’ ହରପ୍ରିୟା ଘରକୁ ଫେରିବାରେ ଘର ଭିତର ପଟ ବନ୍ଦ ଥିବା ଜାଣି ସାଲୋନୀଙ୍କୁ ଫୋନ କରିଥିଲେ ମଧ୍ୟ କୌଣସି ଉତ୍ତର ମିଳି ନ ଥିଲା। ଶେଷରେ କବାଟ ଭାଙ୍ଗି ଦେଖିଲା ବେଳକୁ ସାଲୋନୀ ବେକରେ ଓଡଣି ବାନ୍ଧି ଫ୍ୟାନରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ଝିଅ ବଞ୍ଚିଥିବ ଭାବି ଏମକେସିଜି ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri