କୋର୍ଟ ପରିସରରୁ ଦୋଷୀ ସାବ୍ୟସ୍ତ ନିଶାବେପାରୀ ଚମ୍ପଟ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ନିଶା କାରବାର ମାମଲାରେ ଦଣ୍ଡିତ ହେବାପରେ ଜଣେ ଅଭିଯୁକ୍ତ ଭୁବନେଶ୍ୱର କୋର୍ଟ ପରିସରରୁ ଫେରାର ହୋଇଯାଇଛନ୍ତି। ଶନିବାର ଅପରାହ୍ନରେ ଏହି ଘଟଣା ଘଟିଛି। ସେ ହେଲେ ନିଶା ବେପାରୀ ବିଜୟ ମାଣିଆ। ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରା ଜଜ୍‌ (ତୃତୀୟ) ଅଭିଯୁକ୍ତ ବିଜୟଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୧ ଲକ୍ଷ ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଥିଲେ। ଜରିମାନା ଅର୍ଥ ଅନାଦେୟ ହେଲେ ବିଜୟଙ୍କୁ ୬ ମାସ ଅଧିକ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ସସ୍ମିତା ପାଢୀ ତାଙ୍କ ରାୟରେ ଉଲ୍ଲେଖ କରିଥିଲେ। ଦଣ୍ଡାଦେଶ ପରେ ଏସ୍‌କର୍ଟ ଟିମ୍‌ ବିଜୟଙ୍କୁ ଝାରପଡ଼ାସ୍ଥିତ ସ୍ବତନ୍ତ୍ର କାରାଗାରକୁ ନେବା ଲାଗି କୋର୍ଟରୁ ବାହାରିଥିଲେ। ଅଭିଯୁକ୍ତଙ୍କ ହାତରେ ହ୍ୟାଣ୍ଡ୍‌କଫ୍‌ ମଧ୍ୟ ପଡିଥିଲା। ହେଲେ ଦୁଇଜଣିଆ ଏସ୍‌କର୍ଟ ଟିମ୍‌ରେ ଥିବା ଯବାନଙ୍କ କୋହଳ ସୁରକ୍ଷା ବ୍ୟବସ୍ଥାର ଫାଇଦା ଉଠାଇ ଅଭିଯୁକ୍ତ କୋର୍ଟ ପରିସରରୁ ଚମ୍ପଟ ମାରିବାରେ ସଫଳ ହୋଇଥିଲେ। ତାଙ୍କୁ ଧରିବାକୁ ବହୁ ଖୋଜାଖୋଜି କରି ମଧ୍ୟ ପୋଲିସ ବିଫଳ ହୋଇଛି। ଶୁକ୍ରବାର ଭୁବନେଶ୍ବର କୋର୍ଟ ପରିସରରୁ ଜଣେ ଅଭିଯୁକ୍ତ ପୋଲିସକୁ ଚକ୍‌ମା ଦେଖାଇ ଫେରାର ହୋଇଯିବା ଘଟଣାର ୨୪ ଘଣ୍ଟା ମଧ୍ୟରେ ଆଉଜଣେ ଦୋଷୀ ସାବ୍ୟସ୍ତ ଅଭିଯୁକ୍ତ ଚମ୍ପଟ ମାରିବା ପୋଲିସର ସୁରକ୍ଷା ବ୍ୟବସ୍ଥାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଅପରପକ୍ଷରେ ଅଭିଯୁକ୍ତ ବିଜୟଙ୍କ ଫଟୋ କମିଶନରେଟ ପୋଲିସର ସମସ୍ତ ଥାନାକୁ ପଠାଯିବା ସହ ଆଲର୍ଟ କରାଯାଇ ଖୋଜାଖୋଜି ଚାଲିଛି। ଖୁବ୍‌ଶୀଘ୍ର ସେ ଧରାପଡିବେ ବୋଲି ଡିସିପି ପ୍ରତୀକ ସିଂ କହିଛନ୍ତି।
ସୂଚନାଯୋଗ୍ୟ, ୨୦୨୦ ସେପ୍ଟେମ୍ବର ୧୧ରେ କଟକ ଜିଲା ଅବକାରୀ ବିଭାଗର ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ଅନ୍ତର୍ଗତ ପଦ୍ମପୁର ଅଞ୍ଚଳରେ ଚଢ଼ାଉ କରି ୧୦୫ କେଜିର ଗଞ୍ଜେଇ ଜବତ କରିବା ସହ ସମ୍ପୃକ୍ତ ଅଭିଯୁକ୍ତ ବିଜୟଙ୍କୁ ଗିରଫ କରିଥିଲା। ଏଥିସହ ତାଙ୍କଠାରୁ ନଗଦ ୪୨ ହଜାର ଟଙ୍କା ମଧ୍ୟ ଜବତ କରାଯାଇଥିଲା। ଏହି ମାମଲା ଭୁବନେଶ୍ୱର ଅତିରିକ୍ତ ଜିଲା ଜଜ୍‌ (ତୃତୀୟ)ଙ୍କ କୋର୍ଟରେ ବିଚାରାଧୀନ ଥିଲା। ଶନିବାର ଏହାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଥିଲା। ଅବକାରୀ ବିଭାଗ ପକ୍ଷରୁ ୩ ଜଣ ଅଧିକାରୀଙ୍କ ସାକ୍ଷ୍ୟ ପ୍ରଦାନ କରାଯିବା ସହ ୫ଟି ଦସ୍ତାବିଜ କୋର୍ଟରେ ଦାଖଲ କରାଯାଇଥିଲା। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସରକାରୀ ଓକିଲ ରଶ୍ମିରଞ୍ଜନ ବ୍ରହ୍ମା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri