୨୦୨୬ ପର୍ଯ୍ୟନ୍ତ ମିଳିବ ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୨୬।୬: ଜିଏସ୍‌ଟି କାଉନ୍‌ସିଲ ବୈଠକ ପୂର୍ବରୁ ସରକାରଙ୍କ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଉପରେ କ୍ଷତିପୂରଣ ସେସ୍‌ ଲଗାଇବା ସମୟସୀମାକୁ ପ୍ରାୟ ୪ ବର୍ଷ ବୃଦ୍ଧିକରି ୩୧ ମାର୍ଚ୍ଚ ୨୦୨୬ କରିଦେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଚଳିତ ବର୍ଷ ଜୁଲାଇ ୧ରୁ ୩୧ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଜିଏସ୍‌ଟି କ୍ଷତିପୂରଣ ସେସ୍‌ ଲଗାଇବା ଜାରି ରହିବ। ସୂଚନାଯୋଗ୍ୟ, ପୂର୍ବରୁ ଏହାର ସମୟସୀମା ଚଳିତ ମାସ ୩୦ ତାରିଖରେ ଶେଷ ହେବାକୁ ରହିଥିଲା। ଆସନ୍ତା ସପ୍ତାହରେ ହେବାକୁ ଥିବା ଜିଏସ୍‌ଟି କାଉନ୍‌ସିଲ ବୈଠକରେ ଏହାର ସମୟସୀମା ବଢ଼ାଇବା ନେଇ ନିଷ୍ପତ୍ତି ନିଆଯାଇଛି। କୋଭିଡ୍‌ ମହାମାରୀ ସମୟରେ ଗତ ୨ବର୍ଷ ପାଇଁ କରିଥିବା ଋଣର ପରିଶୋଧ ଲାଗି ଏହାର ସମୟସୀମାକୁ ବୃଦ୍ଧି କରାଯାଇଛି। ପୂର୍ବ ବର୍ଷ ଅନୁଷ୍ଠିତ ହୋଇଥିବା ଜିଏସ୍‌ଟି ପରିଷଦର ୪୫ ତମ ବୈଠକ ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଥିଲେ, ରାଜ୍ୟଗୁଡ଼ିକର ବିଭିନ୍ନ କରକୁ ଭାଟ୍‌ ସହିତ ରାଷ୍ଟ୍ରୀୟ କର ଜିଏସ୍‌ଟିକୁ ସାମିଲ କରିବାର ପରିଣାମ ସ୍ବରୂପ ରାଜସ୍ବରେ ହ୍ରାସ ଭରଣା କରିବା ବ୍ୟବସ୍ଥାକୁ ୨୦୨୨ରେ ସମାପ୍ତ କରାଯିବ। ଏହି ବିଜ୍ଞପ୍ତି ପରେ ବିଳାସପୂର୍ଣ୍ଣ ଜିନିଷଗୁଡ଼ିକ ଉପରେ ଲଗାଯାଇଥିବା କ୍ଷତିପୂରଣ ସେସ୍‌ ସମୟସୀମାକୁ ବୃଦ୍ଧି କରାଯାଇ ୨୦୨୬ ମାର୍ଚ୍ଚ ପର୍ଯ୍ୟନ୍ତ କରାଯିବ। ଅନ୍ୟ କିଛି ସାମଗ୍ରୀ ଏବଂ ସେବା ଉପରେ ଜିଏସ୍‌ଟି କ୍ଷତିପୂରଣକୁ ଏହା ପୂର୍ବରୁ ହିଁ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ଏହି ସମୟସୀମା ମଧ୍ୟରେ ରାଜ୍ୟଗୁଡ଼ିକ ଯେଉଁ ଋଣ ନେଇଥିଲେ ତାକୁ ଶୁଝିବାକୁ ହେବ। ଏଥିପାଇଁ ତମାଖୁ, ସିଗାରେଟ୍‌, ହୁକ୍କା, ହାଇ ଏଣ୍ଡ୍‌ ମୋଟରସାଇକେଲ, ଏୟାରକ୍ରାଫ୍ଟ ଏବଂ ମୋଟର ଭେହିକିଲ୍‌ ଉପରେ ସେସ୍‌ ଲଗାଇବା ଜାରି ରହିବ। ଫଳରେ ଏହିସବୁ ଜିନିଷ କ୍ରୟ କରିବାକୁ ହେଲେ ବର୍ତ୍ତମାନ ଉପଭୋକ୍ତାଙ୍କୁ ପୂର୍ବାପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ହେବ। ସୂଚନାଯୋଗ୍ୟ, ଆସନ୍ତା ସପ୍ତାହରେ ଚଣ୍ଡିଗଡ଼ଠାରେ ଜିଏସ୍‌ଟି କାଉନ୍‌ସିଲର ୪୬ ତମ ବୈଠକ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri