Posted inଖେଳ

ଆଇସିସି ବୈଠକରେ ଯୋଗଦେଇ ପାରିବେ ନାହିଁ ବିସିସିଆଇ ସମ୍ପାଦକ ଚୌଧାରୀ

ମୁମ୍ବାଇ,୧୭।୭- ଲଣ୍ଡନଠାରେ ଚାଲିଥିବା ଆଇସିସି ବୈଠକରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କୌଣସି ସଦସ୍ୟ ଯୋଗଦେଇ ପାରିବେ ନାହିଁ। ବିସିସିଆଇର କାର୍ଯ୍ୟକାରୀ ସମ୍ପାଦକ ଅମିତାଭ ଚୌଧାରୀଙ୍କୁ ଆଇସିସି ବୈଠକରେ ଯୋଗଦେବା ଲାଗି ମନୋନୀତ କରାଯାଇଥିଲା। ହେଲେ ତାଙ୍କ ବିରୋଧରେ ଥିବା ପୁରୁଣା ମାମଲାର ତଦନ୍ତ ଜାରି ରହିଥିବାରୁ ତାଙ୍କୁ ରାଞ୍ଚତ୍ ଛାଡ଼ିବାକୁ ଝାଡ଼ଖଣ୍ଡ ହାଇକୋର୍ଟ ମନା କରିଛନ୍ତି। ଚୌଧାରୀ ଅଗ୍ରିମ ଜାମିନ ଲାଗି ଆବେଦନ କରିଥିଲେ, ଯାହାକୁ ହାଇକୋର୍ଟ ଖାରଜ କରିବା ସହ ରାଜ୍ୟର ରାଜଧାନୀରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ବିରୋଧରେ ୨୦୧୪ ଲୋକ ସଭା ନିର୍ବାଚନରେ ଇଭିଏମ୍‌ ସମ୍ପର୍କିତ ମାମଲା ଦାୟର ହୋଇଥିଲା। ଏହାର ଏବେ ତଦନ୍ତ ଚାଲିଛି। ଆଇସିସି ବୈଠକରେ ବିଶ୍ୱର ବିଭିନ୍ନ ଟି୨୦ ଲିଗ୍‌ ଯାଞ୍ଚ କରାଯିବା ଓ ଭାରତରେ ହେବାକୁ ଥିବା ବିଶ୍ୱକପ୍‌ ଟ୍ୟାକ୍ସ ଛାଡ଼ ସମ୍ପର୍କରେ ଆଲୋଚନା କରାଯିବ। ଆଇସିସି ବୈଠକ ଚଳିତ ସପ୍ତାହରେ ଶେଷ ହେବାକୁ ଥିବାବେଳେ ବିସିସିଆଇ ପରିଚାଳନା ଦାୟିତ୍ୱରେ ଥିବା ପ୍ରଶାସକ କମିଟି (ସିଓଏ)କୁ ଚୌଧାରୀଙ୍କ ଅନୁପସ୍ଥିତିରେ କିଏ ଯୋଗଦେବେ ଏପର୍ଯ୍ୟନ୍ତ ନିଷ୍ପତ୍ତି ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri