ଲୁଟି ନେଲେ ସୁନାଗହଣା, ନଗଦ ଟଙ୍କା

କୋକସରା,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଆମପାଣି ଥାନା ଅଧୀନ କାଉଡୋଳା ଗ୍ରାମରେ ଏକ ବଡ଼ଧରଣର ଡକାୟତି ହୋଇଛି। ଏ ନେଇ ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।

ଅଭିଯୋଗ ମୁତାବକ, ଶନିବାର ରାତି ପ୍ରାୟ ୧ଟାରେ ୪ଜଣ ଦୁର୍ବୃତ୍ତ ଘରେ ପଶି ପ୍ରଥମେ ସିସି ଟିଭି କ୍ୟାମେରା ଭାଙ୍ଗି ହାର୍ଡଡିସ୍କ ଅଚଳ କରିଥିଲେ। ପରେ ଘର ମାଲିକ ସୁରଥ ସରାବୁ (୬୫) ଓ ତାଙ୍କ ସ୍ତ୍ରୀ ରେମତି(୫୫)ଙ୍କୁ ଆକ୍ରମଣ କରି ୭୦ ହଜାର ଟଙ୍କା ଓ ୭ ଭରି ସୁନାଗହଣା ଧରି ଫେରାର ହୋଇଯାଇଥିଲେ।

ଚିତ୍କାର ଶୁଣି ପରିବାର ଅନ୍ୟମାନେ ପହଞ୍ଚତ୍ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରିଥିଲେ। କୋକସରା ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ପରିବାରବର୍ଗଙ୍କଠାରୁ ଖବର ପାଇ ଆମପାଣି ପୋଲିସ ଅଧିକାରୀ ଚତ୍ରୁର୍ଭୁଜ ନାଏକ ସହ ଟିମ୍‌ ରାତିରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ଧର୍ମଗଡ ଏସ୍‌ଡିପିଓ ଧୀରଜ କୁମାର ଚୋପଦାରଙ୍କ ନେତୃତ୍ୱରେ ଜୁନାଗଡ଼ ଆଇଆଇସି ଉତ୍ତମ କୁମାର ସାହୁ, କୋକସରା ଆଇଆଇସି ପ୍ରସନ୍ନ ବେହେରାଙ୍କ ସମେତ ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସାହାଯ୍ୟରେ ତଦନ୍ତ ପ୍ରକ୍ରିୟା ଜୋରଦାର କରାଯାଇଛି। ତଦନ୍ତ ସମୟରେ ସିସିଟିଭି ଯନ୍ତ୍ରାଂଶ ବାଞ୍ଜିବାହଲ ଗାଁ ନିକଟ ଏକ ପଡିଆରେ ଭଙ୍ଗାରୁଜା ଅବସ୍ଥାରେ ପଡିଥିବା ପୋଲିସ ଜବତ କରିଛି। ଖୁବ୍‌ଶୀଘ୍ର ପୋଲିସ କବ୍‌ଜାରେ ଡକାୟତମାନେ ଧରାପଡିବେ ବୋଲି ଏସଡିପିଓ ଚୋପଦାର ସୂଚନା ଦେଇଛନ୍ତି। ଆମପାଣି ଥାନା ପୋଲିସ ଏକ ମାମଲା (ନଂ. ୬୫/୨୨) ରୁଜୁ କରି ଘଟଣାର ତଦନ୍ତ କରୁଥିବା ଆମପାଣି ଥାନା ଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri