୮ରୁ ୟୁଜିସି ଏନ୍‌ଇଟି ପରୀକ୍ଷା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ୟୁଜିସି ଏନ୍‌ଇଟି ପରୀକ୍ଷା ସଂକ୍ରାନ୍ତରେ ରବିବାର ଘୋଷଣା କରାଯାଇଛି। ଡିସେମ୍ବର ୨୦୨୧ରେ ହେବାକୁ ଥିବା ୟୁଜିସି ଏନ୍‌ଇଟି ପରୀକ୍ଷା ଜୁଲାଇ ୮, ୯, ୧୧ ଓ ୧୨ରେ ଅନୁଷ୍ଠିତ ହେବ। ସେହିଭଳି ଜୁନ୍‌ ୨୦୨୨ ପରୀକ୍ଷା ଅଗଷ୍ଟ ୧୨, ୧୩ ଓ ୧୪ରେ କରାଯିବ ବୋଲି ଏନ୍‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷା ସମ୍ପର୍କିତ ପ୍ରତିଟି ଅପଡେଟ୍‌ ଜାଣିବା ପାଇଁ ପରୀକ୍ଷାର୍ଥୀମାନେ ନିୟମିତ ଏନ୍‌ଟିଏ ୱେବସାଇଟ୍‌ www.nta.ac.in କିମ୍ବା ugcnet.nta.nicକୁ ଯାଇ ଯାଞ୍ଚ କରିବାକୁ ପରାମର୍ଶ ଦିଆଯାଇଛି। ଏହାସହ ପରୀକ୍ଷାକୁ ନେଇ କୌଣସି ପ୍ରକାରର ଦ୍ୱନ୍ଦ୍ୱ ଥିଲେ ଛାତ୍ରୀଛାତ୍ରମାନେ ହେଲ୍ପଡେସ୍କ ନଂ.୦୧୧ ୪୦୭୫୯୦୦୦କୁ ଯୋଗାଯୋଗ କରିପାରିବେ। ଏହା ବ୍ୟତୀତ ugcnet@nta.ac.inକୁ ମେଲ୍‌ ମାଧ୍ୟମରେ ନିଜ ଦ୍ୱନ୍ଦ୍ୱ ବିଷୟରେ ପଚାରି ବୁଝିପାରିବେ। ୟୁଜିସି ଅଧ୍ୟକ୍ଷ ପ୍ରଫେସର ଏମ୍‌ ଜଗଦୀଶ କୁମାର ଟୁଇଟ୍‌ କରି ଏହି ସୂଚନା ଦେବା ସହ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ନିମନ୍ତେ ଶୁଭକାମନା ଜଣାଇଛନ୍ତି।
ବର୍ଷକୁ କେବଳ ଦୁଇଥର ହିଁ ୟୁଜିସି ଏନ୍‌ଇଟି ପରୀକ୍ଷା କରାଯାଏ। କୋଭିଡ୍‌ ମହାମାରୀକୁ ଦୃଷ୍ଟିରେ ରଖି ଗତ ଡିସେମ୍ବର ୨୦୨୧ରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ସେହିଭଳି ୟୁଜିସି ଏନ୍‌ଇଟି ୨୦୨୨ ପାଇଁ ଆବେଦନ ସମୟ ସୀମା ମେ’ ୨୦ ତାରିଖ ରହିଥିଲା। ୟୁଜିସି ଏନ୍‌ଇଟି ଡିସେମ୍ବର ୨୦୨୧ ପାଇଁ ଜୁନ୍‌ ୨୦୨୨ ପରୀକ୍ଷାରେ ମଧ୍ୟ ବିଳମ୍ବ ହୋଇଛି। ପରୀକ୍ଷା ସୁରୁଖୁରୁରେ କରିବା ଉଦ୍ଦେଶ୍ୟରେ ଉଭୟ ପରୀକ୍ଷାକୁ ଏକ ସମୟରେ କରିବା ପାଇଁ ଏନ୍‌ଟିଏ ପୂର୍ବରୁ ନିଷ୍ପତ୍ତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri