୩୦ରେ ଭୁବନେଶ୍ୱର ଫେରିବେ ନବୀନ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇଟାଲୀ ଗସ୍ତ କାର୍ଯ୍ୟକ୍ରମ ରବିବାର ଶେଷ ହୋଇଛି। ଇଟାଲୀର ରୋମ୍‌ରେ ୬ ଦିନ ଅବସ୍ଥାନ କାଳରେ ମୁଖ୍ୟମନ୍ତ୍ରୀଙ୍କ ଅନେକ କାର୍ଯ୍ୟକ୍ରମ ରହିଥିଲା। ପ୍ରଥମେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ପରେ ୨୨ ତାରିଖରେ ସେ ଖ୍ରୀଷ୍ଟିଆନ୍‌ ଧର୍ମଗୁରୁ ପୋପ୍‌ ଫ୍ରାନସିସ୍‌ଙ୍କୁ ଭାଟିକାନ ସିଟିରେ ଭେଟିଥିଲେ। ସେହିପରି ପ୍ରବାସୀ ଓଡ଼ିଆଙ୍କୁ ଭେଟି ଓଡ଼ିଶାର ବିକାଶରେ ସହଭାଗୀ ହେବାକୁ ନବୀନ ଆହ୍ବାନ କରିଥିଲେ। ଏଥିସହ ଜାତିସଂଘ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍‌ପି) ମୁଖ୍ୟାଳୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଖାଦ୍ୟ ସୁରକ୍ଷା ଓ ବିପର୍ଯ୍ୟୟ ପରିଚାଳନାର ସଫଳତା ବଖାଣିଥିଲେ। ତେବେ ରୋମ୍‌ରେ ଥାଇ ମଧ୍ୟ ମୁଖ୍ୟମନ୍ତ୍ରୀ ଲାପ୍‌ଟପ୍‌ରେ ସରକାରୀ କାମ କରୁଥିବା ଫଟୋ ଆସିଥିଲା। ଏସବୁ ଭିତରେ ମୁଖ୍ୟମନ୍ତ୍ରୀ ରୋମ୍‌ କାର୍ଯ୍ୟକ୍ରମ ସାରି ଏବେ ଦୁବାଇ ଗସ୍ତରେ ଅଛନ୍ତି। ରୋମ୍‌ ଛାଡ଼ିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଇଟାଲୀରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ଡ. ନୀନା ମାଲ୍‌ହୋତ୍ରା ସାକ୍ଷାତ୍‌ କରି ବିଦାୟ ଦେଇଛନ୍ତି। ଦୁବାଇରେ ମୁଖ୍ୟମନ୍ତ୍ରୀ ୩୦ ତାରିଖ ପର୍ଯ୍ୟନ୍ତ ରହିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ ତାରିଖରେ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ କାର୍ଯ୍ୟକ୍ରମ ରହିଛି। ଫିକି ସହଯୋଗରେ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ମଧ୍ୟପ୍ରାଚ୍ୟର ପୁଞ୍ଜିପତିଙ୍କୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ କରିବେ ବୋଲି ସୂଚନା ମିଳିଛି। ୨୯ ତାରିଖ ସକାଳ ୧୧ଟାରୁ ୧ଟା ପର୍ଯ୍ୟନ୍ତ ଦୁବାଇର ବିଜ୍‌ନେସ୍‌ ବେ ସ୍ଥିତ ‘ଦି ଓବରୋଇ’ ହୋଟେଲ୍‌ରେ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ କାର୍ଯ୍ୟକ୍ରମ ଆୟୋଜନ ହେବ। ଓଡ଼ିଶାରେ ଖଣି, ପେଟ୍ରୋକେମିକାଲ୍ସ, କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ସି ଫୁଡ୍‌ ପ୍ରାସେସିଂ, ଟେକ୍ସଟାଇଲ, ପୋର୍ଟ, ବିମାନ ବନ୍ଦର ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ ବ୍ୟାପକ ବ୍ୟବସାୟିକ ସମ୍ଭାବନାକୁ ନେଇ ପୁଞ୍ଜିନିବେଶକଙ୍କୁ ଆକୃଷ୍ଟ କରିବାକୁ ଲକ୍ଷ୍ୟ ରଖାଯାଇଛି। ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ସେଠାରେ ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗଦେଇ ୩୦ ତାରିଖରେ ଦୁବାଇରୁ ଦିଲ୍ଲୀ ଓ ସେହିଦିନ ରାତିରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri