Posted inଜାତୀୟ

ମହାରାଷ୍ଟ୍ର ରାଜନୈତିକ ସଙ୍କଟ ଭିତରେ ରାଜ ଠାକରେଙ୍କ ଏଣ୍ଟ୍ରି

ମୁମ୍ବାଇ,୨୭।୬: ମହାରାଷ୍ଟ୍ର ରାଜନୀତି ଝଡ ଉଗ୍ର ରୂପ ଧାରଣ କରିଛି। ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ଅନ୍ୟପଟେ ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେ ଅଛନ୍ତି। ୪୦ରୁ ଅଧିକ ବିଧାୟକ ବିଦ୍ରୋହ କରି ମୁମ୍ବାଇ ଛାଡି ଗୁଆହାଟୀରେ ଯାଇ ବସିଛନ୍ତି। ଏହି ବିଦ୍ରୋହୀ ବିଧାୟକଙ୍କ ନେତୃତ୍ୱ ସିନ୍ଦେଙ୍କ ହାତରେ ରହିଛି। ଏସବୁ ଭିତରେ ଏମ୍‌ଏନଏସ୍‌ ମୁଖ୍ୟ ରାଜ ଠାକରେ ଏହି ସଙ୍କଟ ଭିତରକୁ ଏଣ୍ଟ୍ରି କରିଛନ୍ତି। ଏକନାଥ ସିନ୍ଦେ ଫୋନରେ ଦୁଇଥର ଏମ୍‌ଏନଏସ୍‌ ମୁଖ୍ୟ ରାଜ ଠାକରେଙ୍କ ସହ କଥା ହୋଇଛନ୍ତି। ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ସମ୍ପର୍କରେ ଉଭୟଙ୍କ ମଧ୍ୟରେ କଥାବାର୍ତ୍ତା ହୋଇଥିବା କୁହାଯାଉଛି।
ଏକନାଥ ସିନ୍ଦେ ତାଙ୍କ ଗୋଷ୍ଠୀକୁ ପ୍ରକୃତ ଶିବସେନା ବୋଲି କହୁଛନ୍ତି। ଅନ୍ୟପକ୍ଷରେ ଶିବସେନାକୁ ସମର୍ଥନ କରୁଥିବା ବିଧାୟକଙ୍କ ସଂଖ୍ୟା ୫୦ ଅତିକ୍ରମ କରିବ ବୋଲି ସିନ୍ଦେ ଦାବି କରିଛନ୍ତି। ଶିବସେନାର ବିଦ୍ରୋହୀ ବିଧାୟକ ଦୀପକ କେସରକର ଦାବି କରିଛନ୍ତି ଯେ, ଆମେ ତିନି କିମ୍ବା ଚାରି ଦିନ ମଧ୍ୟରେ ଏକ ନିଷ୍ପତ୍ତିରେ ପହଞ୍ଚିବୁ ବୋଲି ଆଶା କରାଯାଉଛି। ଏହା ପରେ ଆମେ ସିଧା ମହାରାଷ୍ଟ୍ରକୁ ଫେରିବୁ। ଆମ ସମର୍ଥନରେ ଆଉ ଜଣେରୁ ଦୁଇ ଜଣ ବିଧାୟକ ଆସୁଛନ୍ତି। ଫଳରେ ଆମକୁ ସମର୍ଥନ କରୁଥିବା ବିଧାୟକଙ୍କ ସଂଖ୍ୟା ୫୦ରୁ ଅଧିକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri